ଗଜପତି : କେରେଡାଙ୍ଗରୁ ନୂଆଁଗଡ ଫେରୁଥିବା ଅଟୋ ଦୁର୍ଘଟଣା ଗ୍ରସ୍ଥ। ପାଇକ ଅନ୍ତରଡା ନିକଟସ୍ଥ କେରେଡାଙ୍ଗ ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ। ଫଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ହୋଇଛନ୍ତି। ଅନୁଯାୟୀ , ଗଜପତି ଜିଲ୍ଲା ନୂଆଗଡ ବ୍ଲକ କେରେଡକ୍ଷଙ୍ଗ ରାସ୍ତାରେ ଘଟିଛି ଦୁର୍ଘଟଣା। ଆଜି ଅପରାହ୍ନ ପ୍ରାୟ ସାଢେ଼ ୧୨ଟାରେ ଏକ ଅଟୋ କେରେଡାଙ୍ଗରୁ କିଛି ଯାତ୍ରୀଙ୍କୁ ନେଇ ନୂଆଗଡ ଆସୁଥିଲା । ଦୁର୍ଘଟଣା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଜଣେ ପୁରୁଷ ଥିବା ଜଣାପଡିଛି। ଗୁରୁତର ବାପି ସାହୁଙ୍କୁ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି । ମୃତକଙ୍କ ମଧ୍ୟରେ ଡଲି କର ବଡପଦା ଗ୍ରାମର ହୋଇଥିବା ବେଳେ ଅନ୍ୟ ଜଣକଙ୍କ ପରିଚୟ ବୁରେଇସଙ୍ଗୀୟା ରଇତ ନୂଆଁଗଡ ଗ୍ରାମର ବୋଲି ଜଣାପଡିଛି। ଖବର ପାଇ ଆର. ଉଦୟଗିରି ଥାନା ପୋଲିସ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଖଜୁରୀପଦକ୍ଷ ମେଡ଼ିକାଲରେ ଭର୍ତ୍ତି କରିଛନ୍ତି। ପୋଲିସ ଦୁଇ ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି।
ଘାଟିରୁ ଖସିଲା ଯାତ୍ରୀବାହୀ ଅଟୋ, ୨ ମୃତ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...