କଟକ : କଟକ ଚଣ୍ଡୀ ମନ୍ଦିରରେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । କଟକ ଅଧିଷ୍ଠାତ୍ରୀ ଦେବୀ ମା ଚଣ୍ଡୀଙ୍କୁ ଦର୍ଶନ କଲେ । ରାଷ୍ଟ୍ରପତିଙ୍କୁ ପାଖରୁ ଦେଖିବା ପାଇଁ ପ୍ରବଳ ଭିଡ । ଆଜି କଟକରେ ରାଷ୍ଟ୍ରପତିଙ୍କ ମାରାଥନ କାର୍ଯ୍ୟକ୍ରମ ରହିଛି । ସଡକ ପଥରେ ଯାଇ କଟକରେ ପହଁଚିଲେ । ଚଣ୍ଡୀ ମନ୍ଦିର ଦର୍ଶନରୁ ଆଜିର କାର୍ଯ୍ୟକ୍ରମ ଆରମ୍ଭ କଲେ ।
ଏହା ପରେ ସେଠାରୁ ଶୈଳବାଳା ମହିଳା ମହାବିଦ୍ୟାଳୟକୁ ଯାଇ ମଧୁବାବୁଙ୍କ ଜନ୍ମସ୍ଥାନରେ ୧୫ ମିନିଟ ବିତାଇବେ । ପରେ ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟ ଯାଇ ସୁବାସ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ୨୦ ମିନିଟ ସଂଗ୍ରହାଳୟ ବୁଲି ଦେଖିବେ । ସେଠାରୁ ବାହାରି ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମକୁ ଆସି ଓଡିଶା ହାଇକୋର୍ଟର ୭୫ ତମ ପ୍ରତିଷ୍ଠା ସମାରୋହର ଉଦଯାପନୀ ଉତ୍ସବରେ ଯୋଗ ଦେବେ । ଏକ ଘଣ୍ଟାର କାର୍ୟ୍ୟକ୍ରମ ସାରି ସେ ବାରବାଟୀ କିଲ୍ଲା ପରିସରରେ ଥିବା ନ୍ୟାୟ ସଂଗ୍ରହାଳୟକୁ ଯାଇ ୧୦ ମିନିଟ ଧରି ପରିଦର୍ଶନ କରିବେ ।ସେଠୁ ମଧ୍ୟାହ୍ନ ଭୋଜନ ପାଇଁ ରାଷ୍ଟ୍ରପତି ହାଇକୋର୍ଟ ପରିସରକୁ ଯିବେ । ଏହାପରେ ଏସସିବି ମେଡିକାଲ କଲେଜର ବାର୍ଷିକ ଉତ୍ସବ ଓ ପରେ ଜାତୀୟ ଆଇନ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇ ଭୁବନେଶ୍ବର ଫେରିବେ ।
ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ସହରରେ ୬୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ଟ୍ରାଫିକ ପରିଚାଳନା ଉପରେ ଅଧିକ ଗୁରୁତ୍ବ ଦେଇଛି ପୋଲିସ । ରାଷ୍ଟ୍ରପତିଙ୍କ ଯିବା ରାସ୍ତାରେ ପଡୁଥିବା ୨୨ଟି ସ୍କୁଲ, କଲେଜ ସହ କଟକର ସମସ୍ତ ସରକାରୀ କାର୍ୟ୍ୟାଳୟ ବନ୍ଦ ରହିଛି ।
ଚଣ୍ଡୀ ମନ୍ଦିରରେ ରାଷ୍ଟ୍ରପତି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











