ଢେଙ୍କାନାଳ : ସାଇକେଲ ଆରୋହୀଙ୍କୁ ଚାପିଦେଲା ଟ୍ରାକ୍ଟର । ଢେଙ୍କାନାଳ ଜିଲ୍ଲା ଟାଉନ ଥାନା ଅଧୀନ ମୀନାବଜାର ଅଞ୍ଚଳରେ ଘଟିଛି ଦୁର୍ଘଟଣା । ଦ୍ରୁତଗାମୀ ଟ୍ରାକ୍ଟର ଦୋକାନ ସମ୍ମୁଖରେ ଛିଡା ହୋଇଥିବା ଜଣେ ଚାଟ ଦୋକାନୀ ଯୁବକଙ୍କ ଉପରେ ଚଢିଯାଇଛି । ଫଳରେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ରତିକ ତନ୍ନା । ରତିକ କୈାଣସି କାମରେ ବାହାରକୁ ଯାଇଥିଲେ । ଅପରାହ୍ନ ୧ଟା ସମୟରେ ସେ ଏକ ଦୋକାନ ସମ୍ମୁଖରେ ଛିଡା ହୋଇଥିବା ବେଳେ ଦୁର୍ଘଟଣା ଘଟିଛି । ତେବେ ଟ୍ରାକ୍ଟର ଚାଳକ ମଦ ପିଇ ଥାଇ ପାରନ୍ତି ବୋଲି ସ୍ଥାନୀୟ ଲୋକ ଆଲୋଚନା କରୁଛନ୍ତି । ସୂଚନା ପାଇଁ ଢେଙ୍କାନାଳ ଅଗ୍ନିଶମ କାର୍ୟ୍ୟାଳୟର ଆଗ୍ନିକମାନେ ଘଟଣାସ୍ଥଳରେ ପହଞ୍ଚି ଥିଲେ। ଦୁର୍ଘଟଣାର ସାମ୍ନା କରିଥିବା ଋତିକ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନାକୁ ନେଇ ଭର୍ତ୍ତି କରିଥିଲେ। ସେଠାରେ ଋତିକଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଦୁର୍ଘଟଣା ନେଇ ସୂଚନା ମିଳିବା ପରେ ପୁଲିସ ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି। ଅଭିଯୁକ୍ତ ଟ୍ରାକ୍ଟର ଚାଳକ ଭଗବାନପୁର ନିବାସୀ ସପନୀ ଦେହୁରୀ ବୋଲି ଜଣାପଡ଼ିଛି। ପୁଲିସ ତାକୁ ଅଟକ ରଖି ପଚରାଉଚରା କରୁଛି।
ଚାପିଦେଲା ଟ୍ରାକ୍ଟର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











