କୃଷ୍ଣପ୍ରସାଦ : ଚିଲିକାରେ ପକ୍ଷୀ ଗଣନା ଆରମ୍ଭ । ୫ଟି ରେଞ୍ଜରେ ସକାଳ ୬ଟାରୁ ଆରମ୍ଭ ହୋଇଛି ପକ୍ଷୀ ଗଣନା । ବାଲୁଗାଁ, ସାତପଡା, ନୂଆପଡା, ଟାଙ୍ଗୀ ଓ ରମ୍ଭା ରେଞ୍ଜରେ ଗଣନା । ସେଥିରୁ ୧୧ଟି ଟିମ ଟାଙ୍ଗୀ ରେଞ୍ଜ ରେ ଗଣନା କାର୍ୟ୍ୟ ରେ ସାମିଲ ହୋଇଛନ୍ତି । ପ୍ରତି ଟିମରେ ୬ ରୁ ୭ ଜଣ ଗଣନାକାରୀ ରହିଛନ୍ତି । ପ୍ରତିବର୍ଷ ଭଳି ଚଳିତ ବର୍ଷ ଗଣନା କାର୍ୟ୍ୟରେ ଜିପିଏସ,ବାଇନାକୁଲାର ବ୍ୟବହାର କରାଯିବ।
ଏହି ଟିମରେ ବନ୍ୟପ୍ରାଣୀ ବିଭାଗ କର୍ମଚାରୀ, ଜଙ୍ଗଲ ବିଭାଗ କର୍ମଚାରୀ, ଓୟୁଏଟି ର ଛାତ୍ରଛାତ୍ରୀ, ୱାଇଲଡ ଓଡ଼ିଶା ଏବଂ ୱାଇଲଡିଜ ନାମକ ସାମାଜିକ ସଂଗଠନର କାର୍ୟ୍ୟକର୍ତ୍ତା, ଟାଙ୍ଗୀ ରେଞ୍ଜ ଅନ୍ତର୍ଗତ ତିନି ଗୋଟି ପକ୍ଷୀ ସୁରକ୍ଷା ସମିତିର ସଦସ୍ୟମାନେ ଏବଂ ବିଏନଏଚଏସ ସାମିଲ ହୋଇଛନ୍ତି ।
Views: 81











