ନୂଆଦିଲ୍ଲୀ : ଚୀନରେ ହାହାକାର ଖେଳାଉଛି ନୂଆ ଭାଇରସ୍ ଏଚଏମପିଭି । ସେଠାରେ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି । ଗତ ୧୦ ଦିନରେ ଏଚଏମପିଭି ମାମଲା ୫୨୯% ବୃଦ୍ଧି ପାଇଛି । ଏହି ଭୂତାଣୁ ଯୋଗୁ ଚୀନରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି । ଆଣ୍ଟିଭାଇରାଲ୍ ଔଷଧର ଅଭାବ ସୃଷ୍ଟି ହୋଇଛି । ଆଣ୍ଟିଭାଇରାଲ୍ ଔଷଧର କଳା ବଜାରୀ ଆରମ୍ଭ ହୋଇଛି । ପରିସ୍ଥିତି ଏପରି ହେଲାଣି, ଆଣ୍ଟିଭାଇରାଲ୍ ଔଷଧଗୁଡିକ ୪୧ ଡଲାରରେ ବିକ୍ରି ହେଉଛି । ଭୂତାଣୁ ସଂକ୍ରମଣ ବୃଦ୍ଧିକୁ ନେଇ ଚିନ୍ତାପ୍ରକଟ କରିଛି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ । ଚୀନଠାରୁ ନୂଆ ଭୂତାଣୁ ନେଇ ତଥ୍ୟ ମାଗିଛି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ । ଚୀନ୍ ଏପର୍ୟ୍ୟନ୍ତ ଏଚଏମପିଭି ମାମଲାର ତଥ୍ୟ ଲୁଚାଉଥିବା ଅଭିଯୋଗ ହୋଇଛି । ବଢ଼ୁଥିବା ସଂକ୍ରମଣକୁ ଦେଖି ଉହାନରେ ସ୍କୁଲ ବନ୍ଦ ହୋଇଯାଇଛି । ପିଲାମାନଙ୍କ ମଧ୍ୟରେ ବଢୁଥିବା ମାମଲାକୁ ଦୃଷ୍ଟିରେ ସ୍କୁଲ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି । ଏହି ଭୂତାଣୁ ସମଗ୍ର ବିଶ୍ୱରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଭାରତ, ମାଲେସିଆ, ଜାପାନ, କାଜାଖସ୍ତାନରେ ମାମଲା ବୃଦ୍ଧି ପାଉଛି ।
ଚୀନରେ ହାହାକାର ଖେଳାଉଛି ନୂଆ ଭାଇରସ ଏଚଏମପିଭି, ୧୦ ଦିନରେ ମାମଲା ୫୨୯%କୁ ବୃଦ୍ଧି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











