ସୋର : ଚୋରି ପରେ ଗ୍ରୋସରୀ ଦୋକାନରେ ନିଆଁ ଲଗାଇଦେଲେ ଦୁର୍ବୁତ୍ତ । ବାଲେଶ୍ୱର ସୋର ସିଙ୍ଗାଖୁଣ୍ଟା ବଜାରରେ ଘଟିଛି ଘଟଣା । ନିଆଁଲାଗି ଜଳିଗଲା ୫୦ ଲକ୍ଷ ଟଙ୍କାର ସାମଗ୍ରୀ । ଗୁଜଡ଼ିହା ଗାଁର ଉପେନ୍ଦ୍ର ଦୀକ୍ଷିତ ଦୀର୍ଘଦିନ ଧରି ଏହି ବଜାରରେ ଏକ ବଡ ଗ୍ରୋସରୀ ଦୋକାନ କରିଥିଲେ । ବିଳମ୍ବିତ ରାତିରେ ଚୋର ମାନେ ଦୋକାନରେ ପଶି ଚୋରି କରିବାକୁ ଉଦ୍ୟମ କରି ଦୋକାନର ସଟରକୁ ଗ୍ୟାସ କଟରରେ କାଟିଥିଲେ । ଏହି ସମୟରେ ଦୋକାନରୁ ଚୋରି କରିବା ସହିତ ନିଆଁ ଲଗାଇଦେଇଥିଲେ । ସ୍ଥାନୀୟ ଲୋକେ ଜାଣିପାରି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିବା ସହିତ ସୋର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶମ ବିଭାଗର କର୍ମଚାରୀ ଗୋଟିଏ ଦମକଳ ଗାଡି ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ମାତ୍ର ସେତେବେଳକୁ ଦୋକାନଟି ସମ୍ପୂର୍ଣ୍ଣ ପୋଡି ନଷ୍ଟ ହୋଇଯାଇଥିଲା । ପ୍ରକାଶ ଥାଉକି ଗତ ୫ଦିନ ତଳେ ଉପେନ୍ଦ୍ର ଦୋକାନ ବନ୍ଦ କରି ଘରକୁ ଯାଉଥିବା ବେଳେ ୨ ଟି ବାଇକରେ ୪ ଜଣ ଯୁବକ ତାଙ୍କୁ ମାରଣାସ୍ତ୍ର ଦେଖାଇ ୫ ହଜାର ଟଙ୍କା ଓ ଗୋଟିଏ ମୋବାଇଲ ନେଇଯାଇଥିବା ନେଇ ଥନାରେ ଅଭିଯୋଗ ହୋଇଥିଲା । ଏହି ରାଗରେ ଦୁର୍ବୃତ୍ତ ମାନେ ତାଙ୍କ ଦୋକାନରେ ନିଆଁ ଲଗାଇ ଦେଇଥିବା ଉପେନ୍ଦ୍ର ସନ୍ଦେହ କରୁଛନ୍ତି ।
ଚୋରୀ ପରେ ଦୋକାନରେ ଲଗାଇଦେଲେ ନିଆଁ

Facebook
Twitter
LinkedIn
Facebook
Twitter
LinkedIn
Recent News
ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର
ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...
କରୁର ଦଳାଚକଟା ; ତଦନ୍ତ କରିବ ସିବିଆଇ
ତାମିଲନାଡୁ : ତାମିଲନାଡୁ କରୁର ଦଳାଚକଟା ଘଟଣାର ତଦନ୍ତ କରିବ ସିବିଆଇ । ମାମଲାର ସିବିଆଇ ତଦନ୍ତ ନିଦେ୍ର୍ଦଶ ଦେଲେ ସୁପ୍ରିମକୋର୍ଟ । ସିବିଆଇ ତଦନ୍ତକୁ ମନିଟର...
ପଣବନ୍ଦୀଙ୍କୁ ମୁକ୍ତ କଲା ହମାସ
ନୂଆଦିଲ୍ଲୀ : ୨ ବର୍ଷ ପରେ ଇସ୍ରାଏଲୀ ପଣବନ୍ଦୀଙ୍କୁ ମୁକ୍ତ କଲା ହମାସ । ଐତିହାସିକ ଶାନ୍ତି ଚୁକ୍ତି ପୂର୍ବରୁ ହମାସର ବଡ ପଦକ୍ଷେପ । ଇସ୍ରାଏଲ-ଗାଜା...
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ
ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...