The Ultimate Managed Hosting Platform
ADVERTISEMENT

ଚ୍ୟାଲେଞ୍ଜର୍ସ ଓ ସନରାଇଜର୍ସ ମଧ୍ୟରେ ମୁକାବିଲା, ବାଙ୍ଗାଲୋର ପାଇଁ ଶୀର୍ଷ ସ୍ଥାନ ସୁଯୋଗ

Facebook
Twitter
LinkedIn

 ଚଳିତ ଆଇପିଏଲ୍‌ର ୩୬ତମ ଲିଗ୍‌ ମୁକାବିଲାରେ ସନ୍ଧ୍ୟାରେ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ସନରାଇଜର୍ସ ହାଇଦ୍ରାବାଦ ପରସ୍ପରକୁ ଭେଟିବେ । ରୟାଲ୍‌ ଚ୍ୟାଲେଞ୍ଜର୍ସ ୭ଟି ମ୍ୟାଚ୍‌ରୁ ୫ ବିଜୟ ସହ ମୋଟ୍‌ ୧୦ ପଏଣ୍ଟ ହାସଲ କରିସାରିଛି । ଆଉ ଏକ ବିଜୟ ସହ ପଏଣ୍ଟ ତାଲିକାର ଶୀର୍ଷ ସ୍ଥାନ ଦଖଲ କରିବାକୁ ଦଳ ଲକ୍ଷ୍ୟ ରଖିଛି । ଅନ୍ୟ ପଟରେ ସନରାଇଜର୍ସ ଏହି ମ୍ୟାଚ୍‌ ଜିତିଲେ ପଏଣ୍ଟ ତାଲିକାର ଚତୁର୍ଥ ସ୍ଥାନରେ ପହଞ୍ଚିଯିବ ।କ୍ରମାନ୍ୱୟରେ ୪ଟି ମ୍ୟାଚ୍‌ ଜିତିବା ପରେ ସନରାଇଜର୍ସର ମନୋବଳ ଦୃଢ ରହିଛି । ବୋଲିଂ ବାହିନୀ ଫର୍ମରେ ରହିଛନ୍ତି । ଦଳଗତ ବ୍ୟାଟିଂ ପ୍ରଦର୍ଶନ ବଳରେ ସନରାଇଜର୍ସର ବିଜୟ ସମ୍ଭବ ହୋଇଛି । କେବଳ କେନ ୱିଲିୟମସନଙ୍କ ବ୍ୟାଟ୍‌ରୁ ବଡ ଇନିଂସ ଦେଖିବାକୁ ସନରାଇଜର୍ସ ଫ୍ୟାନମାନେ ଅପେକ୍ଷା କରିଛନ୍ତି ।

ରୟାଲ୍‌ ଚ୍ୟାଲେଞ୍ଜର୍ସ ବିଜୟ ଧାରା ଅବ୍ୟାହତ ରଖିଥିଲେ ହେଁ ଷ୍ଟାର୍‌ ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲିଙ୍କ ଫର୍ମକୁ ନେଇ ଚିନ୍ତା ରହିଛି । ଆଜିର ମ୍ୟାଚ୍‌ରେ ତାଙ୍କ ବ୍ୟାଟ୍‌ରୁ ବଡ ଇନିଂସ ଦେଖିବାକୁ ଦର୍ଶକ ଆଶା ରଖିବେ । ମ୍ୟାଚ୍‌କୁ ନେଇ ପୂର୍ବାନୁମାନ କରିବା କଷ୍ଟକର । ଉଭୟ ଦଳ ମଧ୍ୟରେ ଅନୁଷ୍ଠିତ ଶେଷ ୫ଟି ମ୍ୟାଚ୍‌ରୁ ସନରାଇଜର୍ସ ୩ଟିରେ ବିଜୟୀ ହୋଇଛି । ଗତ ସିଜନରେ ଉଭୟ ଗୋଟିଏ ଲେଖାଏଁ ମ୍ୟାଚ୍‌ ଜିତିଥିଲେ । ଏଥର ରୟାଲ୍‌ ଚ୍ୟାଲେଞ୍ଜର୍ସର ପଲା ଭାରି ରହିବା ଆଶା କରାଯାଇପାରେ । ଫାଫ ଡୁ ପ୍ଲେସି ଓ ଦିନେଶ କାର୍ତ୍ତିକଙ୍କ ଫର୍ମ ଓ ପ୍ରଦର୍ଶନକୁ ଦେଖିଲେ ରୟାଲ ଚ୍ୟାଲେଞ୍ଜର୍ସ ଷଷ୍ଠ ବିଜୟ ହାସଲ କରିବା ସମ୍ଭାବନାକୁ ଏଡ଼ାଇ ଦିଆଯାଇପାରିବ ନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login