The Ultimate Managed Hosting Platform
ADVERTISEMENT

ଛତର ଯାତ୍ରା : ବାରଣ ସତ୍ତ୍ୱେ ପଶୁବଳି,ବାଦ୍ୟ ଓ ଘୁମୁରାର ତାଳେ ତାଳେ ମା’ଙ୍କୁ ପାଛୋଟି ନେଉଛନ୍ତି ଶ୍ରଦ୍ଧାଳୁ

Facebook
Twitter
LinkedIn

ଭବାନୀପାଟଣା : ପୁଣି ରକ୍ତ ରଞ୍ଜିତ ହେଲା ମାଣିକେଶ୍ୱରୀଙ୍କ ଛତର ଯାତ୍ରା । ପ୍ରଶାସନର ବାରଣ ସତ୍ତ୍ୱେ ଦିଆଗଲା ଶହ ଶହ ସଂଖ୍ୟାରେ ପଶୁବଳି । ଜେନାଖାଲରୁ ମାଣିକେଶ୍ୱରୀ ମନ୍ଦିର ଯାଏଁ ଦିଆଗଲା ପଶୁ ବଳି । ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ । ସୁରକ୍ଷା ଦୃଷ୍ଟିରୁ ୧୨ ପ୍ଲାଟୁନ ଫୋର୍ସ ମୁତୟନ ।
ମା’ ମାଣିକେଶ୍ବରୀଙ୍କ ପାଖରେ ବଳି ଦିଆଯିବା ଏକ ସ୍ବତନ୍ତ୍ର ପରମ୍ପରା ରହିଛି । ମା’ଙ୍କ ରୀତିନୀତି ଅନୁଯାୟୀ ହଜାର ହଜାର ବର୍ଷ ଧରି ଏହି ଯାତ୍ରାକୁ ପାଳନ କରି ଆସୁଛନ୍ତି କଳାହାଣ୍ଡିବାସୀ । ସେପଟେ ମା’ଙ୍କ ବିଜୟ ପ୍ରତିମା ଛତର ବାହାରିବା ପରେ ମାନସିକ ଧାରି ବୋଦା ଓ କୁକୁଡ଼ା ଆଦି ବଳି ଆରମ୍ଭ ହୋଇ ସାରିଛି ।
ଭବାନୀପାଟଣା ସହର ପଶ୍ଚିମ ଉପକଣ୍ଠରେ ଥିବା ଫାଶୀ ଡଙ୍ଗର ଜେନାଖାଲରେ ମାଣିକେଶ୍ୱରୀଙ୍କ ଗୁପ୍ତ ରୀତିନୀତିରେ ପୂଜାର୍ଚ୍ଚନା ସାରି ମନ୍ଦିର ଅଭିମୁଖେ ବାହାରିଛି ମା’ଙ୍କ ବିଜୟ ପ୍ରତିମା ଛତର । ରାସ୍ତାରେ ଭକ୍ତମାନେ ଧୂପ, ଦୀପ, ନୈବେଦ୍ୟ ଅର୍ପଣ କରିଛନ୍ତି ।
ଏହି ଅବସରରେ ଶାନ୍ତିର ପ୍ରତୀକ ଭାବେ ଶହ ଶହ ପାରାକୁ ଦେବୀଙ୍କ ଛତର ଉପରେ ଉଡ଼ାଇବାର ପରମ୍ପରା ଦେଖିବାକୁ ମିଳିଛି । ଜେନା ବାଦ୍ୟ ଓ ବୀର ବାଦ୍ୟ ଘୁମୁରା ତାଳେ ତାଳେ ମା’ଙ୍କୁ ପାଛୋଟି ନେଉଛନ୍ତି ଶ୍ରଦ୍ଧାଳୁ । ମାଣିକେଶ୍ବରୀଙ୍କ ଦର୍ଶନ ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି । ଜେନାଖାଲଠାରୁ ମନ୍ଦିର ପର୍ୟ୍ୟନ୍ତ ପ୍ରାୟ ତିନି କିଲୋମିଟର ପର୍ୟ୍ୟନ୍ତ ଭକ୍ତଙ୍କ ସମାଗମ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login