The Ultimate Managed Hosting Platform
ADVERTISEMENT

ଜଗନ୍ନାଥଙ୍କର କେବଳ ଗୋଟିଏ ଧାମ, ତାହା ପୁରୀ ; ବିବାଦର ପରେ ଶଙ୍କରାଚାର୍ଯ୍ୟଙ୍କ ପ୍ରତିକ୍ରିୟା

Facebook
Twitter
LinkedIn

ଭୁବନେଶ୍ୱର : ଦୀଘା ଜଗନ୍ନାଥ ଧାମ ନାମ ପ୍ରସଙ୍ଗରେ ଶଙ୍କରାଚାର୍ଯ୍ୟଙ୍କ ପ୍ରତିକ୍ରିୟା । ଜ୍ୟୋର୍ତିମଠ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରନନ୍ଦ ସରସ୍ୱତୀଙ୍କ ପ୍ରତିକ୍ରିୟା । ଦୀଘା ପାଇଁ ଧାମ ଶବ୍ଦ ବ୍ୟବହାର କରାଯିବା ଉଚିତ ନୁହେଁ । ପ୍ରଭୁ ଜଗନ୍ନାଥଙ୍କର କେବଳ ଗୋଟିଏ ଧାମ, ତାହା ପୁରୀ । ଏକ ଧାମ କେବଳ ଗୋଟିଏ ସ୍ଥାନରେ ରହିପାରିବ । ଦୀଘା ଜଗନ୍ନାଥ ମନ୍ଦିରକୁ ଧାମ ବୋଲି କହିବା ଠିକ ନୁହେଁ । ଦୀଘାରେ ଜଗନ୍ନାଥ ମନ୍ଦିର ସମ୍ମୁଖରେ ପୁଣି ବଡ ବଡ ଅକ୍ଷରରେ ଜଗନ୍ନାଥ ଧାମ ପୋଷ୍ଟର ମରାଯାଇଛି । ଦୀଘା ଜଗନ୍ନାଥ ମନ୍ଦିର ଉଦ୍ଘାଟନ ସମୟରେ ଯେଉଁ ଅସ୍ଥାୟୀ କାଗଜ ଓ ଥର୍ମାକୋଲରେ ସେଲ୍ଫି ପଏଣ୍ଟ କରାଯାଇଥିଲା ସେଥିରେ ଦୀଘା ଜଗନ୍ନାଥ ଧାମ ଲେଖାଥିଲା ।୩୦ ତାରିଖ ଉଦ୍ଘାଟନ ପରେ ୧ ତାରିଖ ଦିନ ଟେଣ୍ଡ ମାଲିକ ଖୋଲି ନେଇଥିଲା । କିନ୍ତୁ ପରବର୍ତ୍ତୀ ସମୟରେ ଜଗନ୍ନାଥ ଧାମ ଶବ୍ଦକୁ ହଟାଇବା ପାଇଁ ଜୋରଦାର ପ୍ରତିବାଦ ଓ ବିବାଦ ଦେଖିବାକୁ ମିଳିଥିଲା । ଏହାରି ଭିତରେ ଗତକାଲି ବିଜେପିର ଆଇଟି ସେଲ ମୁଖ୍ୟ ଅମିତ ମାଲବ୍ୟ ଟୁଇଟ କରି ମମତା ଜଗନ୍ନାଥ ଧାମ ଉଠାଇ ନେଇଥିବା ପୋଷ୍ଟ କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login