ଜମ୍ମୁକାଶ୍ମୀର : ଜମ୍ମୁକାଶ୍ମୀର ବନ୍ଦିପୋରରେ ସୁରକ୍ଷାକର୍ମୀ-ଆତଙ୍କୀ ମୁହାଁମୁହିଁ । ଆତଙ୍କୀଙ୍କ ଗୁଳିରେ ୨ ଯବାନ ସହିଦ । ଆତଙ୍କୀଙ୍କ ଗୁଳିରେ ୨ ଯବାନ ଗୁରୁତର ହୋଇଥିବା ସୂଚନା । ଜାରି ରହିଛି ପ୍ରବଳ ଗୁଳି ବିନିମୟ । ସୂଚନାଅନୁସାରେ, ବନ୍ଦିପୋରା ଜିଲ୍ଲାର କୁଲନାର ବାଜିପୁରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିରହିଥିବା ସୂଚନା ପାଇବା ପରେ ସୁରକ୍ଷା ବାହିନୀ ସେଠାରେ ଘେରାବନ୍ଦୀ ଏବଂ ସନ୍ଧାନ ଅଭିଯାନ ଆରମ୍ଭ କରିଥିଲେ। ଲୁଚି ରହିଥିବା ଆତଙ୍କବାଦୀମାନେ ଯବାନଙ୍କ ଉପରେ ଗୁଳି ଚଳାଇବା ପରେ ସର୍ଚ୍ଚ ଅପରେସନ୍ ଏକ ଏନକାଉଣ୍ଟରରେ ପରିଣତ ହୋଇଥିଲା। ଏହି ଏନକାଉଣ୍ଟରରେ ଦୁଇ ଜଣ ସୁରକ୍ଷା କର୍ମୀ ଆହତ ହୋଇଥିବା ଜଣାପଡ଼ିଛି। ଏବେ ସେଠାରେ ସର୍ଚ୍ଚ ଅପରେସନ ଜାରି ରହିଛି ।
Views: 22