ତେଲକୋଇ : ଜଳ ପ୍ରପାତରେ ୨ ସାଙ୍ଗଙ୍କ ଆଗରେ ଭାସିଗଲେ ଯୁବକ । ସୀମାନ୍ତ ଅନୁଗୁଳ ଜିଲ୍ଲା ପାଲଲହଡା ଗର୍ଜନଖୋଳ ଜଳପ୍ରପାତରେ ଭାସିଗଲେ । ୨ ସାଙ୍ଗ ଗାଧୋଉଥିବା ବେଳେ ପ୍ରଖର ସ୍ରୋତରେ ଭାସି ଯୁବକ ନିଖୋଜ । ବାଂଶପାଳ ଦମକଳ ବାହିନୀ ପକ୍ଷରୁ ଖାଜାଖୋଜି ଜାରି ।
ସୂଚନା ଅନୁଯାୟୀ, ଗତ ୨୯ ତାରିଖରେ କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକର ବାଲରାଇ ଗାଁରୁ ୨ଜଣ ଓ ଗୋପପୁର ଗାଁର ଜଣେ ସାଙ୍ଗ ଏକାଠି ହୋଇ ନଗୀରା ଗର୍ଜନ ଖଲ ଜଳପ୍ରପାତ ବୁଲିବାକୁ ଯାଇ ସେଠାରେ ଗାଧୋଇଥିଲେ । ଏହି ସମୟରେ ବାଲରାଇ ଗାଁର ଲିପୁନ୍ କୁମାର ବେହେରା ସେଠାରେ ବୁଡ଼ି ନିଖୋଜ ହୋଇଯାଇଥିଲେ । ଖବର ପାଇ ବାଂଶପାଳର ଦମକଳ ବାହିନୀ ସେଠାରେ ପହଞ୍ଚି ଖୋଜାଖୋଜି ଜାରି ରଖିଥିବା ବେଳେ, ସନ୍ଧ୍ୟା ହୋଇ ଯିବାରୁ ଖୋଜିବା କାର୍ୟ୍ୟ ବନ୍ଦ ରଖାଯାଇଛି । ଆଜି ସକାଳୁ ପୁନର୍ବାର ଖୋଜିବା କାର୍ୟ୍ୟ ଆରମ୍ଭ କରାଯାଇଥିଲେ ହେଁ ଲିପୁନଙ୍କ ସନ୍ଧାନ ମିଳି ନଥିବା କହିଛନ୍ତି ଦମକଳ ବାହିନୀ । ଏହି ଜଳପ୍ରପାତ ବହୁ ଗଭୀର ଥିବାରୁ ଖୋଜିବା କାର୍ୟ୍ୟ ବାଧାପ୍ରାପ୍ତ ହେଉଥିବା ସୂଚନା ମିଳିଛି ।
ଜଳପ୍ରପାତରେ ଭାସିଗଲେ ଯୁବକ

Facebook
Twitter
LinkedIn
Facebook
Twitter
LinkedIn
Recent News
ଉପର ପଡିଆରେ ବାଲିଯାତ୍ରା ଆୟୋଜନ ପ୍ରସ୍ତୁତି
କଟକ : ଉପର ପଡିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ହାଇକୋର୍ଟ ରାୟ ପରେ ସ୍ପଷ୍ଟ କଲେ କଟକ ଅତିରିକ୍ତ ଜିଲ୍ଲାପାଳ ।...
ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ
କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...
ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଲୁଟ
ଭଦ୍ରକ : ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ । ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ...
CBI ଜାଲରେ RPF ହାବିଲଦାର
ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...