କଟକ: ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ମୁଖ୍ୟ ବିଚାରପତି ଭାବେ ତାଙ୍କ ନିଯୁକ୍ତି ନେଇ ଆଜି କେନ୍ଦ୍ର ଆଇନ ମନ୍ତ୍ରଣାଳୟ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୨୩, ନଭେମ୍ବର ୨ରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଡକ୍ଟର ଜଷ୍ଟିସ ଧନଞ୍ଜୟ ୱାଇ. ଚନ୍ଦ୍ରଚୂଡ, ଜଷ୍ଟିସ ସଞ୍ଜୟ କିଶନ କଉଲ ଓ ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ ଜଷ୍ଟିସ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିସ କରିଥିଲେ। ଆଜି କେନ୍ଦ୍ର ସରକାରଙ୍କ ତରଫରୁ ସୁପ୍ରିମକୋର୍ଟଙ୍କ ସୁପାରିସକୁ ଗ୍ରହଣ କରାଯାଇ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
Views: 72