The Ultimate Managed Hosting Platform
ADVERTISEMENT

ଜଷ୍ଟିସ ବର୍ମାଙ୍କୁ ଶକ୍ତ ଧକ୍କା

Facebook
Twitter
LinkedIn

ନୂଆଦିଲ୍ଲୀ : ଜଷ୍ଟିସ ଯଶବନ୍ତ ବର୍ମାଙ୍କୁ ସୁପ୍ରିମକୋର୍ଟଙ୍କ ଶକ୍ତ ଧକ୍କା । ଜଷ୍ଟିସ ବର୍ମାଙ୍କ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ । ଯାଞ୍ଚ କମିଟି ପ୍ରକ୍ରିୟାକୁ ପୂରା ପାଳନ କରିଛନ୍ତି । ଯାଞ୍ଚ ପ୍ରକ୍ରିୟାର ବୈଧତାକୁ ଚ୍ୟାଲେଞ୍ଚ କରି ସୁପ୍ରିମକୋର୍ଟ ଯାଇଥିଲେ । ଜଷ୍ଟିସ ବର୍ମାଙ୍କ ଘର ପରିସରରୁ ବିପୁଳ ପୋଡା ଟଙ୍କା ମିଲିଥିଲା । ଗତ ମାର୍ଚ୍ଚ ୧୪ ତାରିଖରେ ତତ୍କାଳୀନ ଦିଲ୍ଲୀ ହାଇକୋର୍ଟ ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମାଙ୍କ ବାସଭବନ ଆଉଟ ହାଉସରେ ଅଗ୍ନିକାଣ୍ଡ ହୋଇଥିଲା । ନିଆଁ ଲିଭାଇବାକୁ ପହଞ୍ଚିଥିବା ଅଗ୍ନିଶମ କର୍ମଚାରୀ ବିପୁଳ ପରିମାଣର ନଗଦ ଟଙ୍କା ପୋଡି ଯାଇଥିବା ଦେଖିଥିଲେ । ବିଚାରପତିଙ୍କ ବାସଭବନରେ ଏତେ ଟଙ୍କା କୁଆଡୁ ଆସିଲା ତାକୁ ନେଇ ସାରା ଦେଶରେ ତୁମ୍ବିତୋଫାନ ହୋଇଥିଲା । ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ସଞ୍ଜୀବ ଖାନା ତିନି ଜଣ ବରିଷ୍ଠ ବିଚାରପତିଙ୍କୁ ନେଇ ଘଟଣା ସମ୍ପର୍କରେ ତଦନ୍ତ ପାଇଁ ମାର୍ଚ୍ଚ ୨୨ ତାରିଖରେ ଇନହାଉସ କମିଟି ଗଠନ କରିଥିଲେ । ଏହି କମିଟି ନିଜ ରିପୋର୍ଟରେ ଜଷ୍ଟିସ ବର୍ମାଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login