The Ultimate Managed Hosting Platform
ADVERTISEMENT

ଜାଡରେ ଥରୁଛି ଓଡିଶା

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ବଢୁଛି ଶୀତ । ଥରୁଛି ସାରା ଓଡିଶା । ପଶ୍ଚିମରୁ ଦକ୍ଷିଣ, ଉତ୍ତରରୁ ଉପକୂଳ ସବୁଠି ଅସହ୍ୟ ଥଣ୍ଡା । ସବୁଠି ରାତିର ତାପମାତ୍ରା କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ୬ ସହରର ପାରଦ ୧୦ ଡିଗ୍ରୀ ତଳକୁ ଖସିଛି । ସେହିପରି ୧୫ ଡିଗ୍ରୀ ତଳେ ରହିଛି ୨୩ ସହରର ତାପମାତ୍ରା । ସକାଳୁ ଘନ କୁହୁଡିର ଆସନ୍ତରଣ ସାଙ୍ଗକୁ ଶୀତୁଆ ପାଗରେ ଘରୁ ବାହାରିବା କଷ୍ଟକର ହୋଇପଡୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଜି ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୭.୫ ଡିଗ୍ରୀ ରେକର୍ଡ କରାଯାଇଛି। ଫୁଲବାଣୀରେ ୮.୫, କିରେଇ ଓ ସେମିଳିଗୁଡ଼ାରେ ୮.୭, ଦାରିଙ୍ଗବାଡ଼ିରେ ୯.୫, କୋରାପୁଟରେ ୯.୬, ରାଉରକେଲାରେ ୯.୭ ଡିଗ୍ରି, କେନ୍ଦୁଝରରେ ୧୦.୪, ସୁନ୍ଦରଗଡ଼ରେ ୧୦.୫, ଅନୁଗୁଳରେ ୧୦.୬, ଝାରସୁଗୁଡ଼ାରେ ୧୦.୮ ଡିଗ୍ରି ରେକର୍ଡ କରାଯାଇଛି। ଉପକୂଳ ଓଡ଼ିଶାରେ ମଧ୍ୟ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। କଟକର ତାପମାତ୍ରା ୧୪.୫ ଡିଗ୍ରି ରହିଥିବା ବେଳେ ଭୁବନେଶ୍ବରରେ ୧୫.୩ ଡିଗ୍ରି ରହିଥିଲା। ପଶ୍ଚିମା ବାୟୁ ପ୍ରବାହ ଯୋଗୁ ୧୭ ତାରିଖରୁ ରାଜ୍ୟରେ ଥଣ୍ଡା କମିଯିବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ। ୨୨ରୁ ୨୪ ତାରିଖ ଦୁଇଦିନ ଯାଏ ବର୍ଷା ସମ୍ଭାବନା ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login