ଭୁବନେଶ୍ୱର : ଜାତୀୟ ସଡକ ସୁରକ୍ଷା ମାସର ସୁଭ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥରର ଥିମ ରହିଛି “ସୁରକ୍ଷିତ ସହ ଘରକୁ ଫେରନ୍ତୁ” । ଭୁବନେଶ୍ୱର ମହାତ୍ମାଗାନ୍ଧୀ ମାର୍ଗରେ ରାଜ୍ୟ ସଡ଼କ ସୁରକ୍ଷା ମାସର ଶୁଭ ଉଦଘାଟନ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ କରାଯାଉଛି । ଏହି ଅବସରରେ ଏକ ପଦଯାତ୍ରା ମାଷ୍ଟରକ୍ୟଣ୍ଟିନ ଛକଠାରୁ ବାହାରି ରାମ ମନ୍ଦିର ଛକ ଯାଏ ଯାଇଥିଲା । ଏହି ସଚେତନତା ଅଭିଯାନ କାର୍ୟ୍ୟକ୍ରମ ପଦ ଯାତ୍ରାରେ ପରିବହନ ବିଭାଗ, ଏନସିସି କ୍ୟାଡେଟ, ବିଭିନ୍ନ ସ୍କୁଲ କଲେଜର ଛାତ୍ରଛାତ୍ରୀ, ଡ୍ରାଇଭର, ଓ କଳାକାର ସାମିଲ ହୋଇଥିଲେ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସଡ଼କ ସୁରକ୍ଷା ପାଳନ କରିବା ପାଇଁ ସମସ୍ତଙ୍କୁ ଶପଥ ପାଠ କରାଇଛନ୍ତି ।
Views: 25