ଜାପାନ : ଦକ୍ଷିଣ-ପଶ୍ଚିମ ଜାପାନରେ ଭୟଙ୍କର ଅଗ୍ନିକାଣ୍ଡ । ୧୭୦ ଅଧିକ କୋଠା ଅଗ୍ନିକାଣ୍ଡରେ ଜଳିଯାଇଛି । ଗତକାଲି ସନ୍ଧ୍ୟା ପ୍ରାୟ ୪.୪୫ରେ ଘଟିଛି ଏହି ଘଟଣା । ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମବାହିନୀ ଲୋକଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରିବାରେ ସଫଳ ହୋଇଛନ୍ତି । ଅଗ୍ନିକାଣ୍ଡରେ ଜଣେ ବ୍ୟକ୍ତି ବର୍ତ୍ତମାନ ସୁଦ୍ଧା ନିଖୋଜ ଥିବା ଜଣାପଡିଛି । ଏଥିରେ ଜଣେ ୭୦ ବର୍ଷୀୟ ବୃଦ୍ଧ ନିଖୋଜ ରହିଛନ୍ତି । କିନ୍ତୁ ଏବେ ପର୍ୟ୍ୟନ୍ତ ତାଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ । ଅଗ୍ନିଶମବାହିନୀ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି । ଏପର୍ୟ୍ୟନ୍ତ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ସୂଚନାନୁଯାୟୀ, ମଙ୍ଗଳବାର ଦକ୍ଷିଣ-ପଶ୍ଚିମ ଜାପାନର ଓଇଟା ପ୍ରିଫେକ୍ଚରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ପ୍ରବଳ ପବନ ଯୋଗୁଁ ନିଆଁ ତୀବ୍ର ଭାବେ ବ୍ୟାପିଯାଇଥିଲା । ଯାହାଫଳରେ ନିଆଁକୁ ଆୟତ୍ତ କରିବା କଷ୍ଟକର ହୋଇପଡିଥିଲା । ନିଆଁ ବ୍ୟାପିବାରୁ ୧୭୦ରୁ ଅଧିକ କୋଠା ଏଥିରେ ନଷ୍ଟ ହୋଇଯାଇଛି । ଏହାରି ମଧ୍ୟରେ ଜଣେ ସ୍ଥାନୀୟ ଲୋକ ଜରୁରୀକାଳୀନ ପରିସ୍ଥିତି ପାଇଁ ଡାକ ଦେଇଥିଲେ ।
ଜାପାନରେ ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୧୭୦ କୋଠା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











