The Ultimate Managed Hosting Platform
ADVERTISEMENT

ଜିଲ୍ଲାପାଳଙ୍କ ଦ୍ବାରା ଭୋଟର ସଚେତନତା ରଥର ଶୁଭାରମ୍ଭ

Facebook
Twitter
LinkedIn

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ପଡିଆରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ପାରୁଲ ପଟାଓ୍ବରୀ ଭୋଟର ସଚେତନତା ରଥକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ଏହି ରଥ ଜିଲ୍ଲା ପରିକ୍ରମା କରି ଜନସାଧାରଣଙ୍କ ନିକଟରେ ସଚେତନତାର ବାର୍ତ୍ତା ପହଞ୍ଚାଇବ। ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ୨୦୨୪ ଉପଲକ୍ଷେ ଏହି ରଥ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ବାହାରି ଜିଲ୍ଳାର ସମସ୍ତ ଗ୍ରାମ ପଞ୍ଚାୟତ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ପରିକ୍ରମା କରିବ। ଜନସାଧାରଣଙ୍କ ଅବଗତି ନିମନ୍ତେ ଜଣାଇଦିଆଯାଉ ଅଛି ଯେଏହି ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ୟ୍ୟକ୍ରମ ୨୭ ଅକ୍ଟୋବରରୁ ଆରମ୍ଭ ହୋଇଛି ଏବଂ ୯ ଡିସେମ୍ବର ପର୍ଯ୍ୟନ୍ତ ଚାଲିବ। ଏହି ସମୟ ଅବଧି ମଧ୍ୟରେ ଭୋଟର ମାନେ ତାଲିକାର ଯାଞ୍ଚ୍ କରି ନୂତନ ନାମ ପଞ୍ଜିକରଣ, ମୃତ ଭୋଟର ବାଦ୍ ଦେବା ପାଇଁ ତଥା ତାଲିକାରେ ଥିବା ବିଭିନ୍ନ ବିବରଣୀର ସଂଶୋଧନ ପାଇଁ ଆବେଦନ କରିପାରିବେ ।ମୁଖ୍ୟ ନିର୍ବାଚନ ଅଧିକାରୀ , ଓଡ଼ିଶାଙ୍କ ଦ୍ଵାରା ୫ ନଭେମ୍ବର, ୧୧ନଭେମ୍ବର, ୧୯ ନଭେମ୍ବର, ୨୫ ନଭେମ୍ବରକୁ ସ୍ଵତନ୍ତ୍ର ପ୍ରଚାର ଦିବସ ରୂପେ ଘୋଷଣା କରାଯାଇଛି, ଏହି ଦିନ ମାନଙ୍କରେ ବୁଥ୍ ସ୍ତରୀୟ ଅଧିକାରୀ ମାନେ ବୁଥ୍ ମାନଙ୍କରେ ଉପସ୍ଥିତ ରହି ଆବେଦନ ପତ୍ର ଗ୍ରହଣ କରିବେ।ଏହି କାର୍ଯ୍ୟକ୍ରମ ରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନେ ଉପସ୍ଥିତ ଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login