ଜଗତସିଂହପୁର (ଲୋକନାଥ ସାହୁ) : ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲା କଂଗ୍ରେସ ସଂଯୋଜକ ନଟବର ବାରିକଙ୍କ ସଭାପତିତ୍ବରେ ଆସନ୍ତା ୧୧ ତାରିଖରେ ଭୁବନେଶ୍ବର ଠାରେ ଅନୁଷ୍ଠିତ ହେବାକୁ ଥିବା “ସମ୍ବିଧାନ ବଞ୍ଚାଅ ସମାବେଶ” ପାଇଁ ପ୍ରସ୍ତୁତି ବୈଠକ ସ୍ଥାନୀୟ ସର୍କିଟ ହାଉସ ଠାରେ ଅନୁଷ୍ଠିତ ହୋଇଯାଇଅଛି। ପ୍ରାରମ୍ଭରେ ବର୍ଷିୟାନ କଂଗ୍ରେସ ନେତା, ପୂର୍ବତନ ସରପଞ୍ଚ ମୁରଲୀଧର ରଥ ଙ୍କ ବିୟୋଗରେ ଦୁଇ ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା। ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟି ସାଧାରଣ ସମ୍ପାଦକ ତଥା ଓଡିଶା ପ୍ରଭାରୀ ଅଜୟ କୁମାର ଲଲ୍ଲୁ ଯୋଗଦେଇ ରାଜ୍ୟରେ ବଢୁଥିବା ନାରୀ ନିର୍ୟାତନା, ବିପର୍ୟ୍ୟସ୍ତ ଆଇନଶୃଙ୍ଖଳା, ସାଧାରଣ ଲୋକଙ୍କୁ ସୁରକ୍ଷା ଯୋଗାଇ ଦେବାରେ ରାଜ୍ୟ ସରକାରଙ୍କ ବିଫଳତା ଆଦି ପ୍ରତିବାଦରେ ଆସନ୍ତା ଜୁଲାଇ ମାସ ୧୧ ତାରିଖ ଦିନ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭୁବନେଶ୍ୱରର ବରମୁଣ୍ଡା ପଡିଆ ଠାରେ ଅନୁଷ୍ଠିତ ହେବାକୁ ଥିବା ସମ୍ବିଧାନ ବଞ୍ଚାଅ ସମାବେଶରେ ଅଖିଳ ଭାରତ କଂଗ୍ରେସ କମିଟି ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ,ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ଅଖିଳ ଭାରତ କଂଗ୍ରେସ କମିଟି ସାଧାରଣ ସମ୍ପାଦକ କେ ସି ବେନୁଗୋପାଳ ପ୍ରମୁଖ ଯୋଗଦେବାର କାର୍ୟ୍ୟକ୍ରମ କୁ ସଫଳ କରିବାକୁ ଉପସ୍ଥିତ ନେତୃମଣ୍ଡଳୀ ଙ୍କ ସହଯୋଗ କାମନା କରିଥିଲେ।
ଜିଲ୍ଲା କଂଗ୍ରେସ ପକ୍ଷରୁ “ସମ୍ବିଧାନ ବଞ୍ଚାଅ ସମାବେଶ” ପାଇଁ ପ୍ରସ୍ତୁତି ବୈଠକ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











