ଭୁବନେଶ୍ୱର : ଜୁଲାଇ ୧ ସୁଦ୍ଧା ସରିବ ରାଜ୍ୟ ବିଜେପିର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା । ଆଜିଠାରୁ ଆରମ୍ଭ ହେବ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା । କେନ୍ଦ୍ର ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ସଞ୍ଜୟ ଜୟସ୍ବାଲଙ୍କୁ ପର୍ୟ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି । ନିର୍ବାଚନ ପ୍ରକ୍ରିୟାର ସୁପରିଚାଳନା ଓ ତଦାରଖ କରିବେ ସଞ୍ଜୟ ଜୟସ୍ବାଲ । ୩ଦିନ ଧରି ଚାଲିବ ନିର୍ବାଚନ ପ୍ରକ୍ରିୟା । ପୂର୍ବରୁ ବିଜେପିର ସ୍ଥାନୀୟ ସମିତି, ମଣ୍ଡଳ ସମିତି, ଜିଲ୍ଲା ସମିତି ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି । ପ୍ରତି ୩ବର୍ଷରେ ଥରେ ବିଜେପିର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହୁଏ । ପ୍ରତି ୩ବର୍ଷରେ ଥରେ ବିଜେପିର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହୁଏ ।
Views: 9