ପୁରୀ: ସ୍ନାନ ପୂର୍ଣ୍ଣିମାରେ ଅତ୍ୟଧିକ ସ୍ନାନ କରି ଜ୍ଵରରେ ପିଡୀତ ଚତୁର୍ଦ୍ଧା ବିଗ୍ରହ । ନିଶବ୍ଦ, ଅନ୍ଧକାର ଓ ରୁଦ୍ଧଦ୍ବାରର ତାଟି କୋଠରୀ ମଧ୍ୟରେ ଚାଲିଛି ଗୁପ୍ତ ଉପଚାର । ସୁସ୍ଥତା ପାଇଁ ଆଜି ଦଶମୀ ତିଥିରେ ଲାଗି ହେବ ଦଶମୂଳ ମୋଦକ । ଶ୍ରୀମନ୍ଦିର ରାଜ ବୈଦ୍ୟଙ୍କ ଦ୍ୱାରା ଆୟୁର୍ବେଦ ଚେରମୂଳିରେ ପ୍ରସ୍ତୁତ ଦଶମୂଳ ସେବନ ପରେ ହିଁ ଜ୍ୱରରେ ପୀଡ଼ିତ ଥିବା ବିଗ୍ରହ ସୁସ୍ଥତା ଅନୁଭବ କରିଥାନ୍ତି । ମହାପ୍ରଭୁଙ୍କ ନିକଟରେ ଷଷ୍ଠୀରୁ ଓଷ ଲାଗି ନୀତି ଚାଲିଥିବାବେଳେ ଆଜି ଦଶମୀରେ ଚକା ବିଜେ ନୀତି ସମ୍ପନ୍ନ ହେବ । ଶ୍ରୀବୈଦ୍ୟଙ୍କ ଘରୁ ପ୍ରସ୍ତୁତ ଦଶମୂଳ ଔଷଧ ଶ୍ରୀମନ୍ଦିରକୁ ବିଜେ କରିବାର ପରମ୍ପରା ରହିଛି । ଶ୍ରୀବୈଦ୍ୟଙ୍କ ଦ୍ବାରା ଏହି ଔଷଧ ପ୍ରସ୍ତୁତି କରାଯାଇଥାଏ । ବିଭିନ୍ନ ପ୍ରକାର ଆୟୁର୍ବେଦ ଚେରମୂଳିରେ ଏହି ଦିବ୍ୟ ଔଷଧ ପ୍ରସ୍ତୁତ କରାଯାଇଥାଏ ।
Views: 105











