
ପାଟଣାଗଡ଼ : ପୁଣି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକକୁ ଧକ୍କା ଦେଲା ବାଇକ୍ । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି । ସମସ୍ତ ମୃତାହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ଶନିବାର ବିଳମ୍ବିତ ରାତିରେ କଣ୍ଟାବାଞ୍ଜି ରାସ୍ତା ବଥର୍ଲା ନିକଟରେ ଏପରି ଦୁର୍ଘଟଣା ଘଟିଛି ଘଟିଛି । ବାଇକ୍ଟି ଅନିୟନ୍ତ୍ରିତ ଭାବେ ଟ୍ରକକୁ ଧକ୍କା ଦେଇଥିଲା । ଯାହାଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନଙ୍କ ଚିକିତ୍ସା ଜାରି ରହିଛି । ତେବେ ଏବେ ଯାଏଁ ମୃତାହତଙ୍କ ପରିଚୟ ହସ୍ତଗତ ହୋଇପାରିନାହିଁ ।
Views: 246