ବାରିପଦା : କୁଳିଅଣା ଥାନା ନୂଆଗାଁରେ ଡବଲ ମର୍ଡର । ମାଟି ତଳୁ ସ୍ତ୍ରୀ ଓ ଶାଶୁଙ୍କ ମୃତଦେହ ଉଦ୍ଧାର । ଗତ ୧୫ ତାରିଖରୁ ନିଖୋଜ ଥିଲେ ଉଭୟେ । ଅଭିଯୁକ୍ତକୁ ଥାନାରେ ଅଟକ ରଖି ପଚରାଉଚରା । ସୂଚନା ଅନୁସାରେ ଗତ ୧୫ ତାରିଖ ଦିନ ସୋନାଲି ଓ ସୁମତି ନିଖୋଜ ଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ନୂଆଗାଁର ଦେବାଶିଷ ପାତ୍ରଙ୍କୁ ଦୁଇ ବର୍ଷ ପୂର୍ବରୁ ବିବାହ କରିଥିଲେ। ଦେବାଶିଷ ପୂର୍ବରୁ ମଧ୍ୟ ବିବାହିତ। ସେ ଜଣେ ସ୍ବାସ୍ଥ୍ୟ କର୍ମୀଙ୍କୁ ବିବାହ କରିଥିଲେ। ଦେବାଶିଷ ଓ ତାଙ୍କର ପ୍ରଥମ ସ୍ତ୍ରୀଙ୍କୁ ନେଇ କୋର୍ଟରେ ମାମଲା ଚାଲିଚି। ପାରିବାରିକ କଳହ ଅଥବା ଅନ୍ୟ କୌଣସି କାରଣ ପାଇଁ ନିଜ ଦେବାଶିଷ ନିଜ ସ୍ତ୍ରୀ ଓ ଶାଶୁଙ୍କୁ ଗତ ୧୯ ତାରିଖ ଦିନ ପଥରରେ ଛେଚି ହତ୍ୟା କରିଥିଲା। ପରେ ନିଜ ଘର ପଛପାର୍ଶ୍ବରେ ଥିବା ବଗିଚା ପଛପଟରେ ଦୁଇ ମୃତଦେହକୁ ପୋତି ଦେଇଥିଲା। ତେବେ କିଛି ଦିନ ଧରି ହତ୍ୟାକାରୀଙ୍କ ସ୍ତ୍ରୀ ନିଖୋଜ ଥିବାରୁ ଗ୍ରାମବାସୀ ସନ୍ଦେହ ହୋଇଥିଲା। କିଛି ଗ୍ରାମବାସୀ ଦେବାଶିଷଙ୍କ ଘରପଛରେ ଥିବା ବାଡ଼ିରେ ମାଟି ଚିହ୍ନ ଦେଖି ଅଧିକ ସନ୍ଦେହ କରିଥିଲେ। ଏଠାରେ ଗାତ ଖୋଳା ଯାଇଥିବାର ଦେଖି ସେମାନେ ଅଧିକ ସନ୍ଦେହ କରିଥିଲେ। ଏନେଇ ସେମାନେ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।
ଡବଲ୍ ମର୍ଡର : ମାଟି ତଳୁ ଶବ ଉଦ୍ଧାର !
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











