The Ultimate Managed Hosting Platform
ADVERTISEMENT

ଡମ୍ଫରକୁ ପିଟିଲା ଆମ୍ବୁଲାନ୍ସ

Facebook
Twitter
LinkedIn

ଯାଜପୁର : ଡମ୍ଫରକୁ ପିଟିଲା ଆମ୍ବୁଲାନ୍ସ । ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ଏନଏଚ-୧୬ ଚଣ୍ଡିଖୋଲ ରେଳ ଓଭରବ୍ରିଜ ତଳେ ସଡକ ଦୁର୍ଘଟଣା । ବ୍ରିଜ ତଳେ ଛିଡା ହୋଇଥିବା ଡମ୍ଫରକୁ ପିଟିଲା ଘରୋଇ ଆମ୍ବୁଲାନ୍ସ । ତକ ଓ ଗୁରୁତର ଆହତ ସମସ୍ତେ ପଶ୍ଚିମବଙ୍ଗ ମେଦିନପୁର ଅଂଚଳର ।ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗରୁ ଏକ ଆମ୍ବୁଲାନ୍ସଟି ରୋଗୀ ନେଇ ଭୁବନେଶ୍ୱର ଯାଉଥିବା ବେଳେ ନେଉଳପୁର ରେଲୱେ ଓଭରବ୍ରିଜ ପାଖରେ ଛିଡା ହୋଇଥିବା ଏକ ଡମ୍ଫରକୁ ଧକ୍କା ଦେଇଥିଲା । ଫଳରେ ଆମ୍ବୁଲାନ୍ସରେ ଥିବା ରୋଗୀ ସହ ଚାରି ଜଣଙ୍କ ମଧ୍ୟରୁ ଜଣକର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଜଣ ଗୁରୁତର ହୋଇଛନ୍ତି। ଘଟଣା ସ୍ଥଳରେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ପହଂଚି ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରିଛି । ଡ୍ରାଇଭରର ଆଖି ଲାଗି ଯାଇଥିବାରୁ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login