ନୂଆଦିଲ୍ଲୀ : ଡମ୍ପର ଓ ପିକଅପ ମୁହାଁମୁହିଁ ଧକ୍କା । ମଧ୍ୟପ୍ରଦେଶର ଭଇଣ୍ଡ ଜିଲ୍ଲାରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ୩ ମହିଳାଙ୍କ ସହିତ ୫ ଜଣଙ୍କ ଜୀବନ ଚାଲିଯାଇଛି । ଘଟଣାରେ ୧୭ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ସ୍ଥାନୀୟ ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଘଟଣାଟି ସକାଳ ୫ଟାରେ ଜବାହରପୁରା ଗାଁ ନିକଟରେ ହୋଇଛି । ଦୁଘର୍ଟଣାର ଶିକାର ହୋଇଥିବା ଲୋକ ଏକ ବିବାହ ଉତ୍ସବରୁ ଫେରୁଥିଲେ ବୋଲି ଜଣାପଡିଛି ।ମଧ୍ୟପ୍ରଦେଶ ଭିଣ୍ଡରେ ବିବାହ ଉତ୍ସବ ସାରି ଫେରୁଥିବା ବେଳେ ପିକଅପ୍ ଭ୍ୟାନଟି ରାସ୍ତା କଡ଼ରେ ଛିଡାହୋଇଥିଲା । ଫଳରେ ଏଥିରୁ କିଛି ଲୋକ ବାହାରେ ରହିଥିଲେ ଆଉ କିଛି ଗାଡିରେ ବସିଥିଲେ । ଠିକ୍ ଏହି ସମୟରେ ହଠାତ୍ ଏକ ଦ୍ରୁତଗାମୀ ଡମ୍ପର ଆସି ପିକଅପ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ୩ ଜଣଙ୍କର ଜୀବନ ଚାଲିଯାଇଥିଲା, ସେହିପରି ଅନ୍ୟ ୨ ଜଣ ପରେ ଜୀବନ ହାରିଥିଲେ । ଅନ୍ୟ ଆହତଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି ।ଏହି ଘଟଣାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିଜନଙ୍କୁ ୪-୪ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୧-୧ ଲକ୍ଷ ଟଙ୍କା ଏବଂ ସାମାନ୍ୟ ଆହତଙ୍କୁ ୫୦-୫୦ ହଜାର ଟଙ୍କା ସହାୟତା ଘୋଷଣା କରିଛନ୍ତି ।
ଡମ୍ଫର ଓ ପିକଅପ ଧକ୍କା, ୧୭ ଆହତ

Facebook
Twitter
LinkedIn
Facebook
Twitter
LinkedIn
Recent News
ଜଳିଗଲା ୩ ମହଲା ଘର
ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...
ବିହାର ପାଇଁ ଜେଡିୟୁର ପ୍ରାର୍ଥୀ ଘୋଷଣା
ବିହାର : ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୫୭ ଜଣଙ୍କ ନାଁ । ଚିରାଗ ପାଶୱାନ ଦାବି କରୁଥିବା ୪ଟି ସିଟରେ ପ୍ରାର୍ଥୀ ଦେଲା ଜେଡିୟୁ ।...
ନାଣ୍ଡୁ ଅପରାଧି ଚରିତ୍ରର ବ୍ୟକ୍ତି ; ଭକ୍ତ ଦାସ
ଭୁବନେଶ୍ୱର : କଂଗ୍ରେସ ଭବନ ବାହାରେ ହାଇଡ୍ରାମାକୁ ନେଇ ପିସିସି ସଭାପତିଙ୍କ ସ୍ପଷ୍ଟ ମତ । ନାଣ୍ଡୁ ଧଳ ଜଣେ ଅପରାଧିକ ଚରିତ୍ରର ବ୍ୟକ୍ତି । ସେ...
ସ୍କୁଲ ବସ-ବାଇକ ମୁହାଁମୁହିଁ ଧକ୍କା , ବାଇକ ଚାଳକ ମୃତ
ଉମରକୋଟ : ସ୍କୁଲ ବସ୍ ଓ ବାଇକ ମୁହାଁମୁହିଁ ଧକ୍କା । ବାଇକ ଚାଳକ ମୃତ, ୩ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲା ଗଞ୍ଜାପାର...