The Ultimate Managed Hosting Platform
ADVERTISEMENT

ଡାକ୍ତରଖାନାରେ ବଡ଼ ଧରଣର ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ୨୧ ରୋଗୀ

Facebook
Twitter
LinkedIn

ନୂଆଦିଲ୍ଲୀ : ଚୀନ ହସ୍ପିଟାଲରେ ଅଗ୍ନିକାଣ୍ଡ । ଚୀନର ରାଜଧାନୀ ବେଜିଂର ଡାକ୍ତରଖାନାରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ । ରୋଗୀ ବିଭାଗର ପୂର୍ବ ୱିଙ୍ଗରେ ଲାଗିଛି । ଏଥିରେ ୨୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭୨ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ବେଜିଂସ୍ଥିତ ଚାଙ୍ଗଫେଙ୍ଗ ହସ୍ପିଟାଲରେ ଗତକାଲି ମଧ୍ୟାହ୍ନ ସମୟରେ ନିଆଁ ବାହାରୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏହାପରେ ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲା। ସେତେବେଳକୁ ନିଆଁ ହୁତୁହୁତୁ ହୋଇ ଜଳୁଥିବା ବେଳେ ପ୍ରାଣ ବିକଳରେ ଲୋକେ ନିଜ ରୋଗୀଙ୍କୁ ଧରି ଚାରିଆଡ଼େ ଦୌଡ଼ିବାକୁ ଲାଗୁଥିଲେ। ଏହାକୁ ନିୟନ୍ତ୍ରଣ କରିବାକୁ ପ୍ରାୟ ଦେଢ଼ଘଣ୍ଟା ସମୟ ଲାଗିଥିଲା । ଅଗ୍ନିଶମ କର୍ମଚାରୀ ତୁରନ୍ତ ନିଆଁକୁ ଆୟତ୍ତ କରିବା ସହ ହସ୍ପିଟାଲରେ ଫସିଥିବା ଲୋକଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କରିଥିଲେ। ଉଦ୍ଧାର କାର୍ୟ୍ୟ ପରେ ମୋଟ ୭୨ ଜଣଙ୍କୁ ହସ୍ପିଟାଲରୁ ବାହାର କରାଯାଇଥିଲା । ଚିକିତ୍ସା ସମୟରେ ୨୧ ଜଣଙ୍କର ମୃତ୍ୟୁ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login