କେନ୍ଦୁଝର: ଡାହାଣୀ ସନେ୍ଦହରେ ମହିଳାଙ୍କୁ ହତ୍ୟା ! ଆନନ୍ଦପୁର ଘଷିପୁରା ଥାନା ନିଆଳିଝରଣ ଗାଁରେ ଡାଆଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା ଅଭିଯୋଗ ହୋଇଛି । ରାତିରେ ଘରୁ ଘୋଷାଡି ନେଇ ଘର ସାମ୍ନାରେ ମହିଳାଙ୍କୁ ହାଣି ବିଭତ୍ସ ଭାବରେ ହତ୍ୟା କରାଯାଇଛି । ମୃତ ମହିଳା ଜଣକ ହେଉଛନ୍ତି ସାଲକେ ହେମ୍ବ୍ରମ। ଗତ ସନ୍ଧ୍ୟାରେ ଗାଁରେ ଯାତ୍ରା ପାଇଁ ଭୋଜି ହୋଇଥିଲା। ଭୋଜି ଖାଇବାକୁ ସ୍ବାମୀ ମୋହନ ସମେତ ଘରର ଅନ୍ୟ ସଦସ୍ୟ ମାନେ ଯାଇଥିଲେ। ସାଲକେ ଓ ଶାଶୁ ସୁମି ଘରେ ରହିଥିଲେ। ଏହି ସମୟରେ ଏକ ଅଚିହ୍ନା ବ୍ୟକ୍ତି ଘରକୁ ଆସି ସାଲକେକୁ ହାଣ୍ଡିଆ କିଣି ଆଣିଦେବାକୁ କହିଥିଲେ। ହେଲେ ସାଲକେ ମନା କରିବାରୁ ତାଙ୍କୁ ଘରୁ ପଦାକୁ ଘୋଷାଡି ନେଇ ଘର ସାମ୍ନାରେ ହତ୍ୟା କରିଥିବା କହିଛନ୍ତି ଶାଶୁ ସୁମି। ଆନନ୍ଦପୁର ଏସଡିପିଓଙ୍କ ନେତୃତ୍ବରେ ପୋଲିସ୍ ଟିମ୍ ଗାଁ ରେ ପହଁଞ୍ଚି ତଦନ୍ତ ଆରମ୍ଭ କରିଛି। ସାଇଂଟିଫିକ୍ ଟିମ୍ ମଧ୍ୟ ଘଟଣା ସ୍ଥଳରେ ପହଁଞ୍ଚି ତଦନ୍ତ ଚଳାଇଛି। ତେବେ ଗାଁ ରେ କେହି ଘଟଣା ସମ୍ପର୍କରେ ମୁହଁ ଖୋଲୁନଥିବାରୁ ଡାହାଣୀ ସନ୍ଦେହରେ ହତ୍ୟାକାଣ୍ଡ ହୋଇଥିବା ଅନୁମାନ କରାଯାଉଛି।
ଡାହାଣୀ ସନେ୍ଦହରେ ମହିଳାଙ୍କୁ ହତ୍ୟା !
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











