ନୂଆଦିଲ୍ଲୀ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଝଟକା । ରାଷ୍ଟ୍ରପତି ପଦ ପାଇଁ ଡୋନାଲ୍ଡ ଟ୍ରମ୍ପ ଅଯୋଗ୍ୟ ଘୋଷିତ । କ୍ୟାପିଟଲି ହିଂସା ମାମଲାରେ ଟ୍ରମ୍ପଙ୍କୁ ଅଯୋଗ୍ୟ ଘୋଷଣା । ଅଯୋଗ୍ୟ ଘୋଷଣା କଲେ କୋଲୋରାଡୋ କୋର୍ଟ । ସମ୍ବିଧାନର ଚତୁର୍ଦ୍ଦଶ ଧାରା ୩ ଅନୁଯାୟୀ କୋର୍ଟଙ୍କ ରାୟ । ତେବେ ରାୟକୁ ଉପର କୋର୍ଟରେ ଚ୍ୟାଲେଞ୍ଜ କରିପାରିବେ ଟ୍ରମ୍ପ । ୨୦୨୧ ଜାନୁଆରୀ ୬ ତାରିଖରେ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ପ୍ରକାଶ ପାଇଥିଲା । ନିର୍ବାଚନରେ ଟ୍ରମ୍ପଙ୍କୁ ହରାଇ ଜୋ ବାଇଡେନ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ଏହା ପରେ ଟ୍ରମ୍ପଙ୍କ ସମର୍ଥନମାନେ ହ୍ୱାଇଟ ହାଉସ ଭିତରକୁ ଧସେଇ ପଶିବାକୁ ଚେଷ୍ଟା କରିଥିଲେ । ଯେଉଁଥିପାଇଁ ପୁଲିସ ଏବଂ ଟ୍ରମ୍ପଙ୍କ ସମର୍ଥକଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ପ୍ରଥମ ଥର ପାଇଁ ଆମେରିକା ଇତିହାସରେ ପ୍ରଥମ ଥର ପାଇଁ ଦେଖିବାକୁ ମଳିଥିଲା । ତେବେ ଟ୍ରମ୍ପ ଏଥର ପୁଣି ନିର୍ବାଚନ ଲଢିବାକୁ ଯୋଜନା କରିଥିବା ବେଳେ ତାଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା ଲାଗିଛି ।
ଡୋନାଲ୍ଡ ଟ୍ରମ୍ପଙ୍କୁ ବଡ ଝଟକା , ଲଢିପାରିବେନି ନିର୍ବାଚନ

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଶାରେ କଂଗ୍ରେସର ସ୍ଥାନ ନାହିଁ –ମନମୋହନ
ଭୁବନେଶ୍ୱର : କଂଗ୍ରେସକୁ ତୀବ୍ର ସମାଲୋଚନା କଲେ ମନମୋହନ ସାମଲ । ଓଡିଶାରେ କଂଗ୍ରେସର କୈାଣସି ସ୍ଥାନ ନାହିଁ କହିଲେ ମନମୋହନ । ସୁଯୋଗ ମିଳିଲେ ବି...
ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ
ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...
ରାହୁଲ ଅବାନ୍ତର କଥା କହୁଛନ୍ତି -ଆଇନମନ୍ତ୍ରୀ
ଭୁବନେଶ୍ୱର : ରାହୁଲଗାନ୍ଧୀ ଅବାନ୍ତର କଥା କହୁଛନ୍ତି କହିଲେ ଆଇନମନ୍ତ୍ରୀ । ବଳଭଦ୍ରଙ୍କ ରଥ ମୋଡ ନେବା କାରଣରୁ ରଥ ଟଣା ବିଳମ୍ବ ହେଲା । ଅଦାନୀଙ୍କ...
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ
ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...