ଭୁବନେଶ୍ୱର : ରାଜ୍ୟରେ ବଢୁଛି ପାରଦର ସ୍ତର ତାପମାତ୍ରା ବୃଦ୍ଧି ସହ ଅସମ୍ଭାଳ ତାତି ଦେଖୁବାକୁ ମିଳୁଛି । ଉପକୂଳରୁ ଉପାନ୍ତ ସବୁଠି ତାତି ଥିବା ବେଳେ ଜଳିବ ପଶ୍ଚିମ ଓଡ଼ିଶା । ହୋଲିରେ ବି ଟାଇଁ ଟାଇଁ ଖରା ହେବ । ଆସନ୍ତା ୧୩ରୁ ୧୬ ତାରିଖ ପର୍ୟ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ । ରାଜ୍ୟରେ ୨ରୁ ୪ ଡିଗ୍ରୀ ବଢ଼ିପାରେ ପାରଦ । ଆଜି ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ନେଇ ପାଣପାଗ ବିଭାଗର ଆକଳନ କରିଛି । ୧୪ ତାରିଖ ଓ ୧୫ ତାରିଖ ରେ ପ୍ରବଳ ଖରା ନେଇ ୮ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଅନୁଗୁଳ ଓ ବରଗଡ଼ କୁ କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
Views: 20