ନୂଆଦିଲ୍ଲୀ : ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିରରେ ଦଳାଚକଟାରେ ୬ ଜଣଙ୍କ ଜୀବନ ଚାଲିଯାଇଛି । ଏହାସହିତ ଅନେକ ଲୋକ ଆହତ ହୋଇଛନ୍ତି । ଏହାପରେ ତିରୁମାଲା ତିରୁପତି ଦେବସ୍ଥାନମ ପକ୍ଷରୁ କ୍ଷମା ପ୍ରାର୍ଥନା କରାଯାଇଛି । ସମସ୍ତ ଶ୍ରଦ୍ଧାଳୁଙ୍କୁ କ୍ଷମା ମାଗିଛନ୍ତି ବୋର୍ଡର ସଦସ୍ୟ ଭାନୁ ପ୍ରକାଶ ରେଡ୍ଡୀ ।ବୋର୍ଡର ସଦସ୍ୟ ଭାନୁ ପ୍ରକାଶ ରେଡ୍ଡୀ କହିଛନ୍ତି କି, ମନ୍ଦିରରେ ଏକାଦଶୀ ଦର୍ଶନ ପାଇଁ ଟୋକନ ବଣ୍ଟାଯିବାର ଥିଲା । ତେଣୁ ୯୧ କାଉଣ୍ଟର ଖୋଲାଯାଇଥିଲା । ହେଲେ ଶ୍ରଦ୍ଧାଳୁଙ୍କ ଭିଡ ଅଧିକ ରହିଥିଲା । ତେଣୁ ଦଳାଚକଟା ସ୍ଥିତି ଉପୁଜିଥିଲା । ଘଟଣାରେ ୬ ଜଣଙ୍କର ଜୀବନ ଚାଲିଯାଇଥିବା ବେଳେ ୪୦ରୁ ଅଧିକ ଆହତ ହୋଇଛନ୍ତି । ସେମାନଙ୍କୁ ମେଡିକାଲ ସୁବିଧା ଯୋଗାଯାଇଛି । ତେବେ ଟିଟିଡି ଇତିହାସରେ ପ୍ରଥମ ଥର ଏଭଳି ଘଟଣା ଘଟିଛି । ମୁଁ ସମସ୍ତ ଶ୍ରଦ୍ଧାଳୁଙ୍କୁ କ୍ଷମା ମାଗୁଛି । ଆନ୍ଧ୍ରପ୍ରଦେଶର ତିରୁପତି ସ୍ଥିତ ପ୍ରଭୁ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ବୈକୁଣ୍ଠ ଏକାଦଶୀ ପର୍ବ ଆରମ୍ଭ ହେବାକୁ ଯାଉଛି । ୧୦ ଦିନ ଧରି ଚାଲିବାକୁ ଥିବା ଏହି ଉତ୍ସବ ପାଇଁ ଦର୍ଶନ ଟୋକନ ଗୁରୁବାର ସକାଳ ୫ ଟାରୁ ବଣ୍ଟନ କରାଯିବାର ଥିଲା । ତେବେ ବୁଧବାର ରାତିରୁ ହିଁ ହଜାର ହଜାର ଶ୍ରଦ୍ଧାଳୁ ଟିକେଟ୍ କାଉଣ୍ଟରରେ ଭିଡ ଜମାଇଥିଲେ । ଉତ୍ସବ ପାଇଁ ସ୍ଥାପିତ ୯୦ରୁ ଅଧିକ ଟିକେଟ୍ କାଉଣ୍ଟରରେ ଟୋକନ ପାଇଁ ପ୍ରବଳ ଭିଡ଼ ଜମିଥିଲା ।ଟୋକନ ନେବା ପାଇଁ ପ୍ରାୟ ୪ ହଜାରରୁ ଅଧିକ ଲୋକ ଏକାଠି ହୋଇଥିଲେ । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଦୁଃଖ ପ୍ରକାଶ କରିଛନ୍ତି । ଅଧିକାରୀଙ୍କୁ ଘଟଣା ସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିବାକୁ କହିଛନ୍ତି ।
ତିରୁପତୁ ମନ୍ଦିରରେ ଦଳାଚକଟା ଘଟଣା; ଭିଡ ଯୋଗୁଁ ଉପୁଜିଥିଲା ଏଭଳି ସ୍ଥିତି , କ୍ଷମା ମାଗିଲା ଟିଟିଡି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











