ପିପିଲି : ମାନସିକ ବିକାରଗସ୍ତ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଦୁଷ୍କର୍ମ ପରେ ତଣ୍ଟି ଚିପି ମାରିଦେବାକୁ ଉଦ୍ୟମ କରିଥିବା ପିପିଲି ଥାନାରେ ଅଭିଯୋଗ ହୋଇଛି । ମାମଲା ରୁଜୁ କରି ଅଭିଯୁକ୍ତ ସ୍ବର୍ୟ୍ୟକାନ୍ତ ସ୍ବାଇଁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ।
ଅଭିଯୋଗ ଅନୁଯାୟୀ, ପିପିଲି ଥାନା ସାତଶଙ୍ଖ ଫାଣ୍ଡି ଅନ୍ତର୍ଗତ ଏକ ଗ୍ରାମର ଜଣେ ମାନସିକ ବିକାରଗ୍ରସ୍ତ ଯୁବତୀକୁ ଘରେ ଏକୁଟିଆ ପାଇ ସେହି ଗ୍ରାମର ଜଣେ ଯୁବକ ୨୫ ତାରିଖ ଦିନ ଦୁଷ୍କର୍ମ କରିବା ସହ ତାଙ୍କ ତଣ୍ଟି ଚିପି ହତ୍ୟା କରିବାକୁ ଉଦ୍ୟମ କରିଥିଲା । ଯୁବତୀଙ୍କ ଚିତ୍କାର ଶୁଣି ପରିବାର ଲୋକେ ସେଠାରେ ପହଞ୍ଚି ଏହା ଦେଖିବା ପରେ ଯୁବତୀଙ୍କ ଭାଇ ବଡ ପାଟିରେ ଡାକ ପକାଇଥିଲା । ପଡିଶା ଲୋକେ ଘଟଣାସ୍ଥଳରେ ପହଞ୍ଚି ପରିବାର ସଦସ୍ୟଙ୍କ ସହ ମିଶି ଯୁବତୀକୁ ଉଦ୍ଧାର କରିବା ସହ ଅଭିଯୁକ୍ତକୁ ଧରିବାକୁ ଉଦ୍ୟମ କରିଥିଲେ । ଅଭିଯୁକ୍ତ ସେମାନଙ୍କୁ ଧକ୍କା ମାରି ସେଠାରୁ ଫେରାର ହୋଇଯାଇଥିଲା । ପୀଡିତାଙ୍କ ବାପା ଏ ସଂପର୍କରେ ଅଭିଯୋଗ କରିବାକୁ ସେହିଦିନ ପିପିଲି ଥାନାକୁ ଆସୁଥିବା ବେଳେ ବାଟରେ ଅଭିଯୁକ୍ତ ଏକ କଟୁରୀ ଧରି ତାଙ୍କୁ ବିଭିନ୍ନ ଧମକଚମକ ଦେଇଥିବା ଅଭିଯୋଗ ହୋଇଛି ।
ଥମୁନି ପିପିଲିରେ ଲଜ୍ଜା, ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











