ଭୁବନେଶ୍ୱର : ବରିଷ୍ଠ ବିଜେଡି ନେତା ଦାମ ରାଉତଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଜ୍ୟର ବିକାଶ ଲାଗି ଦାମୋଦର ରାଉତଙ୍କ ଅବଦାନ ସର୍ବଦା ସ୍ମରଣୀୟ ରହିବ। ଏକାଧିକ ଥର ସେ ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ବିଭିନ୍ନ ବିଭାଗର ମନ୍ତ୍ରୀ ପଦରେ ରହି ସେବା କରି ଆସିଛନ୍ତି। ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା । ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ପ୍ରିୟ ବନ୍ଧୁ ଏବଂ ବହୁବର୍ଷର ପୂର୍ବତନ ସହଯୋଗୀଙ୍କ ଦେହାନ୍ତରେ ଦଃୁଖିତ । ଓଡିଶାରେ ରାଜନୀତିର ଏକ ଲମ୍ବା ଓ ଚର୍ଚ୍ଚିତ ଅଧ୍ୟାୟର ଅନ୍ତ ! ଦିବଙ୍ଗତ ଆତ୍ମାର ସଦଗତି କାମନା ସହ ପରିବାର ବର୍ଗଙ୍କୁ ସମବେଦନା ।
ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ପରଲୋକରେ ରାଜ୍ୟପାଳ ରଘୁବର ଦାସ ଶୋକ ପ୍ରକାଶ କରିଛନ୍ତି। ଦାମ ରାଉତଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି। ଶୋକସନ୍ତପ୍ତ ପରିବାର ଏବଂ ଅନୁଗାମୀମାନଙ୍କୁ ସମବେଦନା ଜଣାଇଛନ୍ତି। ଦକ୍ଷ ବିଧାୟକ, କ୍ରିୟାଶୀଳ ମନ୍ତ୍ରୀ ଓ ଲୋକପ୍ରିୟ ରାଜନେତା ଭାବେ ତାଙ୍କର ପ୍ରତିଷ୍ଠା ରହିଛି ବୋଲି କହିଛନ୍ତି ରାଜ୍ୟପାଳ।
ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା । ଅମର ଆତ୍ମାର ସଦଗତି କାମନା ସହ ପରିବାର ବର୍ଗଙ୍କୁ ସମବେଦନା ଜଣାଇଲେ ।
ବିଜେଡି ବରିଷ୍ଠ ଉପସଭାପତି ପ୍ରସନ୍ନ ଆଚାର୍ୟ୍ୟ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଆସିକା ବିଧାୟିକା ମଞ୍ଜୁଳା ସ୍ୱାଇଁ ମଧ୍ୟ ଦାମୋଦର ରାଉତଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି। ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ବରିଷ୍ଠ ବିଜେଡ଼ି ନେତା ତଥା ପୁର୍ବତନ ମନ୍ତ୍ରୀ ଦାମ ରାଉତଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରିତା ସାହୁ ଶୋକବ୍ୟକ୍ତ କରି ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି।
ଡାକ୍ତର ଦାମୋଦର ରାଉତଙ୍କ ବିୟୋଗରେ ସମବାୟ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଶୋକ ପ୍ରକାଶ କରିଛନ୍ତି। ଡାକ୍ତର ଦାମୋଦର ରାଉତଙ୍କ ବିୟୋଗ ଖବର ପାଇ ମର୍ମାହତ ବୋଲି କହିଛନ୍ତି।
ଦାମଙ୍କ ବିୟୋଗରେ ରାଜ୍ୟପାଳ, ରାଷ୍ଟ୍ରପତିଙ୍କ ସହ ବିଶିଷ୍ଟ ନେତାଙ୍କ ଶୋକ

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...
ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...
ପେଟ ସମ୍ବନ୍ଧୀୟ ସମସ୍ୟାକୁ ଦୂର କରେ ଧନିଆ
ବ୍ୟୁରୋ : ଧନିଆ ପତ୍ରରେ ବହୁତ ପରିମାଣରେ ଭିଟାମିନ୍ ‘ଏ’ ଏବଂ ‘ସି’, ଡାଇଟାରୀ ଫାଇବର, ମାଗ୍ନେସିୟମ୍ ଏବଂ ଆଇରନରେ ଭରପୂର । ଏଥିରେ କିଛି ପରିମାଣରେ...
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା
ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...