ଦିଗପହଣ୍ଡି : ଦିଗପହଣ୍ଡିରେ ବ୍ୟାପୁଛି ଝାଡାବାନ୍ତି । ଆଉ ୮ ଜଣ ଆକ୍ରାନ୍ତ ହୋଇଛନ୍ତି । ସାନଖେମୁଣ୍ଡି ପରେ ପାତ୍ରପୁରରେ ୮ ଆକ୍ରାନ୍ତ ଚିହ୍ନଟ । ସମସ୍ତ ଆକ୍ରାନ୍ତ ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ । ବାଦପୁର ଗାଁର ବିଭିନ୍ନ ପଞ୍ଚାୟତରେ ବ୍ୟାପୁଛି ଝାଡାବାନ୍ତି । ଗତ କିଛି ଦିନ ଧରି ବର୍ଷା ଲାଗି ରହିବା ଫଳରେ ଖାଦ୍ୟ ପେୟରେ ଅସ୍ଥିରତା ହେବା କାରଣରୁ ଝାଡା ବାନ୍ତି ହୋଇଥିବା ବେଳେ ପାଣି ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି ବୋଲି ସ୍ୱାସ୍ଥ୍ୟ ବିଭାଗ ପ୍ରକାଶ କରିଛି । ଘଟଣା ପରେ ସ୍ୱାସ୍ଥ୍ୟ ବିଭାଗ କର୍ମୀ ଓ ପ୍ରଶାସନ ଗାଁ ରେ ପହଞ୍ଚି ସଚେତନ କରାଇଛନ୍ତି । ସେହିପରି ଗତ ଗୁରୁବାର ଗ୍ରାମର ଦାସ ଶବର ଝାଡ଼ାବାନ୍ତିରେ ଜୀବନ ଯାଇଥିବା ବେଳେ ସୋମବାର ପ୍ରକାଶ ରଇତ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ପୂର୍ବରୁ ସାନଖେମୁଣ୍ଡି ବ୍ଲକ ତାଳପୁର ଗ୍ରାମର ଗଙ୍ଗା ନାଇକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ ହେଇଥିଲା ।
ଦିଗପହଣ୍ଡିରେ ଝାଡାବାନ୍ତି ଆଉ ୮ ଆକ୍ରାନ୍ତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











