ନୂଆଦିଲ୍ଲୀ : ଦିଲ୍ଲୀରେ ପାଗରେ ପରିବର୍ତ୍ତନ । ବାୟୁ ପ୍ରଦୂଷଣରୁ ଦିଲ୍ଲୀବାସୀ ଆଶ୍ୱସ୍ତ । ହାଲୁକା ବର୍ଷା ପରେ ଦିଲ୍ଲୀବାସୀଙ୍କୁ ପ୍ରଦୂଷଣରୁ ଆଶ୍ୱସ୍ତି । ଦିଲ୍ଲୀ-ନୋଇଡାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା । ବର୍ଷା ପରେ ଏକ୍ୟୁଆଇ ୪ ଶହରୁ ହ୍ରାସ ହୋଇ ଶହେରେ ପହଁଚିଲା । ପ୍ରଦୂଷଣକୁ ଦେଖି ସରକାର କୃତ୍ରିମ ବର୍ଷା ଯୋଜନା କରୁଥିଲେ । କୃତ୍ରିମ ବର୍ଷା ଯୋଜନା ବେଳେ ରାତିର ବର୍ଷା ଦିଲ୍ଲୀ ବାସୀଙ୍କୁ ଦେଇଛି ଆଶ୍ୱସ୍ତି । ଦିଲ୍ଲୀରେ ବାୟୁ ଏତେମାତ୍ରାରେ ପ୍ରଦୂଷିତ ହୋଇଛି ଯେ ରାସ୍ତାରେ କୁହୁଡ଼ିର ଭ୍ରମ ସୃଷ୍ଟି ହେଉଛି । ଅନେକ ସ୍ଥାନରେ ଆକାଶ ଦେଖାଯାଉ ନାହିଁ କି ଠିକରେ ସୂର୍ୟ୍ୟକିରଣ ବି ଦେଖାଉ ନଥିବା ଭଳି ସ୍ଥିତି । ଆଗକୁ ଆହୁରି ସାଂଘାତିକ ସ୍ଥିତି ଆଶଙ୍କା କରାଯାଉଛି । ଦିଲ୍ଲୀ ଏନସିଆରରେ ସମସ୍ତ ସରକାରୀ ଓ ଘରୋଇ ପ୍ରାଥମିକ ସ୍କୁଲକୁ ଆସନ୍ତା ୧୮ ତାରିଖ ପର୍ୟ୍ୟନ୍ତ ଛୁଟି ଘୋଷଣା କରାଯାଇଛି । ଆଗୁଆ ଶୀତ ଛୁଟି କରାଯାଇଛି । ଦିଲ୍ଲୀ ଆଖପାଖ ରାଜ୍ୟରେ ପ୍ରଦୂଷଣ ବଢ଼ିବା ଯୋଗୁ ଏହା ପ୍ରଦୂଷିତ ହେଉଥିବା କୁହାଯାଉଛି ।
ଦିଲ୍ଲୀରେ ବର୍ଷା; ପ୍ରଦୂଷଣରୁ ଆଶ୍ୱସ୍ତ

Facebook
Twitter
LinkedIn
Facebook
Twitter
LinkedIn
Recent News
ବନ୍ଧୁକ ମୁନରେ ଲୁଟ ; ଘରେ ପଶି ହାଣିଲେ , ଲୁଟିନେଲେ ସୁନା ଗହଣା
ଉଦଳା : ଘରେ ପଶି ହାଣିଲେ , ବନ୍ଧୁକ ଦେଖାଇ ଲୁଟିନେଲେ ସୁନା ଗହଣା । କପ୍ତିପଦା ଥାନା ଝିଙ୍କପଦା ଗାଁ ଜଣଙ୍କ ଗରୁ ଲୁଟ ଅଭିଯୋଗ...
ଭୁବନେଶ୍ୱରରେ ୪୭, ୧୨୬ ବୁଲା କୁକୁର
ଭୁବନେଶ୍ୱର : ବିଏମସି ଅଞ୍ଚଳରେ ଅଛନ୍ତି ୪୭, ୧୨୬ ବୁଲା କୁକୁର । ୨୩, ୦୪୭ ଅଣ୍ଡିରା , ୧୫,୫୫୨ ମାଇ କୁକୁର ସହ ୧୧୨୪ଟି ଛୁଆ...
ନବୀନଙ୍କ ସହ ଆଉ ଲୋକ ନାହାନ୍ତି –ତାରା
ଭୁବନେଶ୍ୱର : ବିଜେପି ଓ ବିଜେଡି ବଡ ବେପାରୀ ଦଳ , ଆମେ ଲୋକଙ୍କ ଦଳ କହିଲେ ତାରା । କଂଗ୍ରେସ ପ୍ରାର୍ଥୀ ଆଦିବାସୀ , ସେଠି...
ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର
ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...