The Ultimate Managed Hosting Platform
ADVERTISEMENT

ଦିଲ୍ଲୀରେ ଭୟଙ୍କର ବାୟୁ ପ୍ରଦୂଷଣ , ୨ ଦିନ ସ୍କୁଲ ବନ୍ଦ

Facebook
Twitter
LinkedIn

ନୂଆଦିଲ୍ଲୀ : ଦିଲ୍ଲୀର ବାୟୁ ପ୍ରଦୂଷଣ ଦିନକୁ ଦିନ ଖରାପ ହେବାରେ ଲାଗିଛି । ଅସମ୍ଭାଳ ଆଡକୁ ଯାଉଛି ସ୍ଥିତି । ଗତକାଲି ଦିଲ୍ଲୀରେ ଏୟାର କ୍ବାଲିଟି ଇଣ୍ଡେକ୍ସ ବା ବାୟୁ ଗୁଣବତ୍ତା ମାନ ୪୦୦ ସ୍ତର ଟପିଛି । ବାୟୁ ଏତେମାତ୍ରାରେ ପ୍ରଦୂଷିତ ହୋଇଛି ଯେ ରାସ୍ତାରେ କୁହୁଡ଼ିର ଭ୍ରମ ସୃଷ୍ଟି ହେଉଛି । ସକାଳୁ ସକାଳୁ ଅନେକ ସ୍ଥାନରେ ଭିଜିବିଲିଟି ୫୦୦ ମିଟର ବି ରହୁନି । ଆଗକୁ ଆହୁରି ସାଂଘାତିକ ସ୍ଥିତି ଆଶଙ୍କା କରାଯାଉଛି ।
ବାୟୁ ପ୍ରଦୂଷଣର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଅନେକ କଟକଣା ଜାରି କରିଛନ୍ତି ଦିଲ୍ଲୀ ସରକାର । ସମସ୍ତ ସରକାରୀ ଓ ଘରୋଇ ପ୍ରାଥମିକ ସ୍କୁଲକୁ ଦୁଇ ଦିନ ପାଇଁ ବନ୍ଦ କରିବାକୁ ଦିଲ୍ଳୀ ସରକାର ଘୋଷଣା କରିଛନ୍ତି। ଅନ୍ଲାଇନରେ ପାଠପଢ଼ା ଲାଗି ବିଦ୍ୟାଳୟଗୁଡ଼ିକୁ ପରାମର୍ଶ ଦେଇଛନ୍ତି। ଦିଲ୍ଲୀ ସରକାର ସମସ୍ତ ପ୍ରକାର ଅଣ ଅତ୍ୟାବଶ୍ୟକ ନିର୍ମାଣ କାର୍ୟ୍ୟକୁ ନିଷିଦ୍ଧ କରିଛନ୍ତି। ପଞ୍ଚମ ଶ୍ରେଣୀ ପର୍ୟ୍ୟନ୍ତ ପିଲା ଦୁଇଦିନ ପର୍ୟ୍ୟନ୍ତ ବିଦ୍ୟାଳୟଙ୍କୁ ନଆସିବା ଲାଗି ଦିଲ୍ଲୀ ସରକାର ଘୋଷଣା କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login