ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ କାଲଜାକୀ ସିଟରୁ ବିଜୟୀ ହୋଇଛନ୍ତି । ସେ ବିଜେପିର ରେମଶ ବିଦୁଡିଙ୍କୁ ହରାଇଛନ୍ତି । ରାଷ୍ଟ୍ରୀୟ ମହିଳା କଂଗ୍ରେସର ଅଧ୍ୟକ୍ଷ ଅଳକା ଲାମ୍ବା ମଧ୍ୟ ନିର୍ବାଚନ ହାରିଛନ୍ତି । ଟ୍ରେଣ୍ଡ ଅନୁସାରେ ୭୦ ଆସନରୁ ବିଜେପି ୪୭ ଆସନରେ ଆଗରେ ଥିବାବେଳେ, ଆପ୍ କେବଳ ୨୩ଟି ସିଟରେ ଆଗୁଆ ଅଛି । ସେହିପରି ଆପର ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀ ବିଧାନସଭା ନିର୍ବାଚନରେ ହାରିଯାଇଛନ୍ତି । ନୂଆଦିଲ୍ଲୀ ବିଧାନସଭା ସିଟରେ ପ୍ରବେଶ ବର୍ମା ଶର୍ମା କେଜ୍ରିୱାଲକୁ ହରାଇଛନ୍ତି । ପ୍ରବେଶ ଶର୍ମା ଦିଲ୍ଲୀର ପୂର୍ବ ମୁଖ୍ୟମନ୍ତ୍ରୀ ସାହିଦ ସିଂ ବର୍ମାଙ୍କ ପୁଅ । ବିଜେପି ପ୍ରାର୍ଥୀ ପରଭେଶ ବର୍ମା ତାଙ୍କୁ ୧ ହଜାରରୁ ଉର୍ଦ୍ଧ୍ୱ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ଆଜି ଭୋଟ୍ ଗଣତି ଆରମ୍ଭ ହେବା ପରଠାରୁ ହିଁ ଦିଲ୍ଲୀରେ ବିଜେପି ଆଗୁଆ ରହିଥିଲା । ଖାସ୍ କରି ମୁସଲିମ୍ ବହୁଳ ଅଞ୍ଚଳରୁ ଭୋଟ୍ ଗୋଟେଇବାରେ ସମର୍ଥ ହେଇଥିଲା ଭାରତୀୟ ଜନତା ପାର୍ଟି । ହେଲେ ଟ୍ରେଣ୍ଡରେ କିନ୍ତୁ ପଛରେ ପଡିଯାଇଥିଲେ ଅରବିନ୍ଦ କେଜ୍ରିଓ୍ୱାଲ । ପ୍ରଥମରୁ ହିଁ ସେ ପରଭେଶ ବର୍ମାଙ୍କଠାରୁ ପଛରେ ରହିଥିଲେ ।
ଦିଲ୍ଲୀ ନିର୍ବାଚନ : ମୁଖ୍ୟମନ୍ତ୍ରୀ ଆତିଶୀ ବିଜୟୀ, ହାରିଲେ କେଜ୍ରିୱାଲ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











