The Ultimate Managed Hosting Platform
ADVERTISEMENT

ଦିଲ୍ଲୀ ନିର୍ବାଚନ ; ଶେଷ ଦିନରେ ହାଇଭୋଲଟେଜ ପ୍ରଚାର

Facebook
Twitter
LinkedIn

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନ ଚୂଡାନ୍ତ ପର୍ୟ୍ୟାୟରେ ପହଞ୍ଚିଛି । ଆଜି ସନ୍ଧ୍ୟା ୫ଟାରେ ସରିଯିବ ନିର୍ବାଚନ ପ୍ରଚାର । ଏହାପରେ ଫେବ୍ରୁଆରି ୫ ତାରିଖରେ ଦେଢକୋଟିରୁ ଅଧିକ ଭୋଟର ଭୋଟ ଦେଇ ବାଛିବେ ନେତା ଓ ସରକାର । ସକାଳୁ ସନ୍ଧ୍ୟା ଯାଏଁ ଜନସଭା, ରେଲି, ରୋଡ ସୋ, ପଦଯାତ୍ରା, ଜନସଂପର୍କ ଯାତ୍ରାରେ ପ୍ରଚାର ରାଜନୀତି ସରଗରମ ରହିବ । ଜନତାଙ୍କ ମନ ଜିଣିବାକୁ ବିଜେପି, କଂଗ୍ରେସ, ଆମ ଆଦାମୀ ପାର୍ଟି ସମେତ ସବୁ ରାଜନୈତିକ ଦଳ ନିଜର ସମସ୍ତ ଶକ୍ତି ଖଟାଇଦେବେ । ଏହାପରେ ଫେବ୍ରୁଆରି ୫ ତାରିଖରେ ଦେଢକୋଟିରୁ ଅଧିକ ଭୋଟର ଭୋଟ ଦେଇ ବାଛିବେ ନେତା ଓ ସରକାର । ପ୍ରଚାରରେ ଶେଷ ଦିନ ହୋଇଥିବାରୁ ସବୁ ରାଜନୈତିକ ଦଳ ନିଜର ହଭିୱେଟ ନେତାଙ୍କୁ ମୈଦାନକୁ ଓହ୍ଲାଇ ଜୋରସୋରରେ ପ୍ରଚାର କରୁଛନ୍ତି । ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ଦଳର ଷ୍ଟାର ପ୍ରଚାରକ ଓ ହେଭିୱେଟ ନେତା । ଦିଲ୍ଲୀର ୭୦ ବିଧାନସଭା ଆସନରେ ଏଥର ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ୬୯୯ ଜଣ ପ୍ରାର୍ଥୀ । ୫ ତାରିଖରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଆରମ୍ଭ ହୋଇଯାଇଛି ପୋଷ୍ଟାଲ ଭୋଟ୍ । ସେପଟେ ଭୋଟ ପାଇଁ ଦିଲ୍ଲୀରେ ମୋଟ ୧୩ ହଜାର ୭୬୬ ମତଦାନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି । ସେଥିମଧ୍ୟରୁ ୭୦ଟି ପୋଲିଂ ସେଣ୍ଟର କେବଳ ମହିଳାଙ୍କ ପାଇଁ, ୭୦ଟି ମତଦାନ କେନ୍ଦ୍ର ଦିବ୍ୟାଙ୍ଗଙ୍କ ପାଇଁ ରହିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login