ନୂଆଦିଲ୍ଲୀ: ଦିଲ୍ଲୀର ପ୍ରଶାନ୍ତ ବିହାରର ଥିବା ପିଭିଆର ମଲ୍ଟିପ୍ଲେକ୍ସ ନିକଟରେ ଥିବା ଏକ ଲୋକପ୍ରିୟ ମିଠା ଦୋକାନରେ ବଡ଼ ଧରଣର ବିସ୍ଫୋରଣ ଘଟିଥିବା ପୁଲିସ୍ ସୂଚନା ଦେଇଛି। ବିସ୍ଫୋରଣ ସ୍ଥଳୀରୁ ଧଳା ପାଉଡର ପରି କିଛି ପଦାର୍ଥ ମିଳିଛି। ସଂପୃକ୍ତ ଅଞ୍ଚଳରେ ଥିବା ପ୍ରସିଦ୍ଧ ମିଠା ଦୋକାନ ବାନସି ୱାଲା ନିକଟସ୍ଥ ଏକ ପାର୍କର ସୀମାସ୍ଥ କାନ୍ଥ ନିକଟରେ ଏହି ବିସ୍ଫୋରଣ ଘଟିଥିବା ସୂଚନା ରହିଛି। ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୁଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ବିସ୍ଫୋରଣର କାରଣ ସମ୍ପର୍କରେ ଜାଣିବା ପାଇଁ ପୁଲିସ ଅଧିକାରୀ ତଦନ୍ତ ଜାରି ରଖିଛନ୍ତି। ଅଗ୍ନିଶମ ବିଭାଗର ସୂଚନା ଅନୁଯାୟୀ, ସକାଳ ୧୧.୪୮ ସମୟରେ ବିସ୍ଫୋରଣ ସମ୍ପର୍କରେ ଏକ କଲ ଆସିଥିଲା। କଲ୍ ପାଇବା ପରେ ଘଟଣାସ୍ଥଳରେ ୪ଟି ଅଗ୍ନିଶମ ଗାଡ଼ି ପହଞ୍ଚି ନିଆଁ ଆୟତ୍ତ କରିଛନ୍ତି। ବିସ୍ଫୋରଣକୁ ନେଇ ତଦନ୍ତ କିରିବା ପୁଲିସ୍ ଆରମ୍ଭ କରିଦେଇଛି। ଏହି ବିସ୍ଫୋରଣ କିଏ, କେଉଁ କାରଣରୁ କରିଛି ତାହା ଏପର୍ୟ୍ୟନ୍ତ ଅସ୍ପଷ୍ଟ ରହିଛି।
ଦିଲ୍ଲୀ ପିଭିଆର ସ୍ଥିତ ମିଠା ଦୋକାନରେ ବିସ୍ଫୋରଣ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











