ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପ୍ରକାଶକୁ ୧୨ ଦିନି ବିତି ଯାଇଥିଲେ ବି ବିଜେପି ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିପାରୁ ନାହିଁ । ଯାହାକୁ ନେଇ ଦେଶରେ ରାଜନୀତି ଜୋର ଧରିଛି । ତେବେ କିଏ ହେବ ଦିଲ୍ଲୀ ମୁଖ୍ୟମନ୍ତ୍ରୀ, ଆଜି ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ବସିଥିବା ସଂସଦୀୟ ଦଳ ବୈଠକ ଶେଷ ହୋଇଛି । ମୁଖ୍ୟମନ୍ତ୍ରୀ ଚୟନ ଲାଗି ଦୁଇ ଜଣ ପର୍ୟ୍ୟବେକ୍ଷକଙ୍କ ନାଁ ଘୋଷଣା କରାଯାଇଛି । ରବିଶଙ୍କର ପ୍ରସାଦ ଏବଂ ଓପି ଧନଖଡ଼ ପର୍ୟ୍ୟବେକ୍ଷକ ନିଯୁକ୍ତ ହୋଇଛନ୍ତି । ଆଜି ସନ୍ଧ୍ୟା ୬ଟା ୧୫ ମିନିଟରେ ଦିଲ୍ଲୀ ବିଜେପି ବିଧାୟକ ଦଳ ବୈଠକ ବସିବ । ଏହି ବୈଠକରେ ସାମିଲ ହେବେ ଦୁଇ ପର୍ୟ୍ୟବେକ୍ଷକ । ବିଧାୟକ ଦଳ ବୈଠକରେ ଘୋଷଣା ହେବ ବିଧାୟକ ଦଳ ନେତାଙ୍କ ନାମ । ତେବେ କିଏ ହେବ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ସସପେନ୍ସ ଜାରି ରହିଛି । ପୂର୍ବତନ ମୁଖ୍ୟମନ୍ତ୍ରୀ ସାହିବ ସିଂ ବର୍ମାଙ୍କ ପୁଅ ପ୍ରବେଶ ବର୍ମା ମୁଖ୍ୟମନ୍ତ୍ରୀ ହେବ ନା ଆଉ କାହାର ମୁଣ୍ଡରେ ପିନ୍ଧା ହେବ ମୁକୁଟ ତାକୁ ନେଇ ଚର୍ଚ୍ଚା ଲାଗି ରହିଛି । ତେବେ ଆଜି ନାଁ ଘୋଷଣା କରିପାରନ୍ତି ହାଇକମାଣ୍ଡ ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ବିଜେପି ପକ୍ଷରୁ ଦୁଇ ପର୍ଯ୍ୟବେକ୍ଷକ ନିଯୁକ୍ତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











