The Ultimate Managed Hosting Platform
ADVERTISEMENT

ଦିଲ୍ଲୀ ହାଇକୋର୍ଟ ବିଚାରପତିଙ୍କ ସରକାରୀ ବାସଭବନରେ ନିଆଁ

Facebook
Twitter
LinkedIn

ନୂଆଦିଲ୍ଲୀ : ଦିଲ୍ଲୀ ହାଇକୋର୍ଟ ବିଚାରପତିଙ୍କ ସରକାରୀ ବଙ୍ଗଳାରେ ନିଆଁ । ଆଉ ନିଆଁ ଲାଗିବା ପରେ ବଙ୍ଗଳାରୁ ବିପୁଳ ପରିମାଣର ଟଙ୍କା ଦେଖି ସମସ୍ତେ ଆଶ୍ଚର୍ୟ୍ୟ ହୋଇଛନ୍ତି । ଏହି ଘଟଣା ପରେ ତାଙ୍କ ଉପରେ ଦ୍ଢ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ସଂପୃକ୍ତ ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମାଙ୍କୁ ଆହ୍ଲାବାଦ ହାଇକୋର୍ଟକୁ ବଦଳି ପାଇଁ ସୁପାରିଶ କରିଛନ୍ତି ସୁପ୍ରିମକୋର୍ଟଙ୍କ କଲେଜିୟମ । ଅଗ୍ନିକାଣ୍ଡ ଖବର ପାଇ ଅଗ୍ନିଶମ ଟିମ୍ ପହଞ୍ଚିଥିଲେ । ନିଆଁକୁ ନିୟନ୍ତ୍ରଣ କରିବା ସମୟରେ ବିଚାରପତିଙ୍କ ଘରୁ ଠାବ ହୋଇଥିଲା ବିପୁଳ ଟଙ୍କା । ଏତେ ମାତ୍ରାରେ ନଗଦ ଟଙ୍କା ଦେଖି ପୋଲିସ ଏବଂ ଅଗ୍ନିଶମ ବାହିନୀ ତାଜୁବ୍ ହୋଇଯାଇଥିଲେ । ଏନେଇ ତୁରନ୍ତ ସିଜେଇ ସଞ୍ଜିବ ଖାନ୍ନାଙ୍କୁ ସୂଚନା ଦିଆଯାଇଥିଲା । ସିଜେଇ ମାମଲାକୁ ଗୁରୁତ୍ଵ ଦେଇ ତୁରନ୍ତ କଲେଜିୟମ୍ ବୈଠକ ଡାକିଥିଲେ । କଲେଜିୟମର ମତାମତ ଅନୁସାରେ ଏକ ଇନ ହାଉସ କମିଟି ଗଠିତ ହୋଇ ଏହି ଘଟଣାର ତଦନ୍ତ ଆରମ୍ଭ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login