ଭୁବନେଶ୍ୱର : ୨୦୦୨ ଫେବ୍ରୁଆରୀ ୨୭ରେ ଗୋଧ୍ରା ରେଳପୋଡି ଘଟଣା ଘଟିଥିଲା ।ଏହାକୁ ନେଇ ନିର୍ମିତ ହୋଇଛି ହିନ୍ଦୀ ଚଳଚ୍ଚିତ୍ର ଦି ସାବରମତୀ ରିପୋର୍ଟ ଗତ ୧୫ ତାରିଖରେ ଏହି ଚଳଚ୍ଚିତ୍ର ସାରା ଦେଶରେ ରିଲିଜ ହୋଇଛି ।ଏହି ଚଳଚ୍ଚିତ୍ର କୁ ଓଡିଶା ସରକାର କର ମୁକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଟୁଇଟ୍ କରି ମଧ୍ୟ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସତ୍ୟ ଘଟଣା ଉପରେ ଆଧାରିତ ଫିଲ୍ମ ‘ସାବରମତୀ ରିପୋର୍ଟ’କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ଲୋକଙ୍କ ସରକାର ନିଷ୍ପତ୍ତି ନେଇଛନ୍ତି। କିଛି ସ୍ୱାର୍ଥବାଦୀ ବ୍ୟକ୍ତିଙ୍କ ନିଜସ୍ୱ ସ୍ୱାର୍ଥ ପୂରଣ ଏବଂ ଅସ୍ଥିରତା ସୃଷ୍ଟି ପାଇଁ ଗୋଧ୍ରା ଅଗ୍ନିକାଣ୍ଡରେ କିଭଳି ଭାବରେ କରସେବକଙ୍କୁ ଜୀବନ୍ତ ଦଗ୍ଧ କରାଯାଇଥିଲା ତାହା ଏହି ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶାଯାଇଛି। ଏହି ଚଳଚ୍ଚିତ୍ର ଅତୀତର ଲୋମହର୍ଷଣକାରୀ, ହୃଦୟ ବିଦାରକ ସତ୍ୟ ଘଟଣାକୁ ଲୋକଙ୍କ ନିକଟରେ ପହଞ୍ଚାଇବ। ଯାହାଦ୍ବାରା ସାଧାରଣ ଜନତା ଅଧିକ ସଚେତନ ହେବେ। ଫିଲ୍ମର ପ୍ରଯୋଜିକା ଏକତା କପୁର ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍କୁ ରିଟୁଇଟ୍ କରି ଓଡ଼ିଶାରେ ‘ସାବରମତୀ ରିପୋର୍ଟ’କୁ କରମୁକ୍ତ କରିଥିବାରୁ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି।
“ଦି ସାବରମତୀ ରିପୋର୍ଟ” ଓଡିଶାରେ କରମୁକ୍ତ

Facebook
Twitter
LinkedIn
Facebook
Twitter
LinkedIn
Recent News
ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର
ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...
କରୁର ଦଳାଚକଟା ; ତଦନ୍ତ କରିବ ସିବିଆଇ
ତାମିଲନାଡୁ : ତାମିଲନାଡୁ କରୁର ଦଳାଚକଟା ଘଟଣାର ତଦନ୍ତ କରିବ ସିବିଆଇ । ମାମଲାର ସିବିଆଇ ତଦନ୍ତ ନିଦେ୍ର୍ଦଶ ଦେଲେ ସୁପ୍ରିମକୋର୍ଟ । ସିବିଆଇ ତଦନ୍ତକୁ ମନିଟର...
ପଣବନ୍ଦୀଙ୍କୁ ମୁକ୍ତ କଲା ହମାସ
ନୂଆଦିଲ୍ଲୀ : ୨ ବର୍ଷ ପରେ ଇସ୍ରାଏଲୀ ପଣବନ୍ଦୀଙ୍କୁ ମୁକ୍ତ କଲା ହମାସ । ଐତିହାସିକ ଶାନ୍ତି ଚୁକ୍ତି ପୂର୍ବରୁ ହମାସର ବଡ ପଦକ୍ଷେପ । ଇସ୍ରାଏଲ-ଗାଜା...
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ
ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...