ପୁରୀ : ପରିଚାଳନା କମିଟି ବୈଠକ ପରେ ଗଜପତି ମହାରାଜାଙ୍କ ସୂଚନା । ଦୀଘା ଜଗନ୍ନାଥ ଧାମ ନାମକରଣ ପ୍ରସଙ୍ଗରେ ରଖିଲେ ମତ । କୈାଣସି ପରିସ୍ଥିତିରେ ଏହାକୁ ଜଗନ୍ନାଥ ଧାମ କୁହାଯାଇ ପାରିବ ନାହିଁ । ଅନେକ ଜଗନ୍ନାଥ ମନ୍ଦିର ରହିଛି , କୈାଣସି ଠାରେ ଏପରି ନାମକରଣ ହୋଇନି । ଆମ ମୁଖ୍ୟମନ୍ତ୍ରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ସାରିଛନ୍ତି । କେମିତି ଦୀଘାରୁ ଜଗନ୍ନାଥ ଧାମ ନାମ ହଟିବ ତାହା ରାଜ୍ୟ ସରକାର କରନ୍ତୁ । କାରଣ ଏହି ମନ୍ଦିର ପଶ୍ଚିମବଙ୍ଗ ସରକାର ନିର୍ମାଣ କରିଛନ୍ତି । ପଶ୍ଚିମବଙ୍ଗ ସରକାର ନିଜେ ଟ୍ରଷ୍ଟ ଗଠନ କରିଛନ୍ତି । କୈାଣସି ଘରୋଇ ସଂସ୍ଥା ଏହି କାର୍ଯ୍ୟ କରି ନାହାନ୍ତି । ସେମାନେ ଇସ୍କନକୁ ସେବା ପୂଜା ଦାୟିତ୍ୱ ଦେଇଛନ୍ତି । ଇସ୍କନ ସବୁ ଜାଣି କିପରି ପ୍ରତିବାଦ କରି ନାହାନ୍ତି ଆଶ୍ଚର୍ଯ୍ୟ ଲାଗୁଛି । ବିଶ୍ୱରେ ମହାପ୍ରଭୁଙ୍କ ପ୍ରଚାର ପ୍ରସାର ସ୍ୱାଗତ ଯୋଗ୍ୟ । ବିଶ୍ବରେ ଅନେକ ଜଗନ୍ନାଥ ମନ୍ଦିର ନିର୍ମାଣ ହୋଇଛି । କିନ୍ତୁ ଏଭଳି ନାମକରଣ କେହି କରିନାହାନ୍ତି। କେବଳ ଶ୍ରୀକ୍ଷେତ୍ର ପୁରୀ ହେଉଛି ଜଗନ୍ନାଥ ଧାମ ବୋଲି ପୂର୍ବରୁ ମୁଁ ଏବଂ ଜଗତଗୁରୁ ମତପ୍ରକାଶ କରିଛୁ । ପଶ୍ଚିମବଙ୍ଗ ସରକାରଙ୍କ ନିର୍ଦ୍ଦେଶରେ ହିଁ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ନାମକରଣ କରାଯାଇଛି । ଶ୍ରୀଜଗନ୍ନାଥ ଧାମ ଶବ୍ଦ ଯେଭଳି ଦୀଘା ମନ୍ଦିରରୁ ତୁରନ୍ତ ହଟିବ ସେନେଇ ରାଜ୍ୟ ସରକାର ମଧ୍ୟ ପଶ୍ଚିମବଙ୍ଗ ସରକାରଙ୍କୁ ଚିଠି ମାଧ୍ୟମରେ ଅବଗତ କରିଛନ୍ତି ।
ଏନେଇ ରାଜ୍ୟ ସରକାର ତୁରନ୍ତ ପଦକ୍ଷେପ ନେବା ଆବଶ୍ୟକତା ରହିଛି। ଇସ୍କନ ସଂସ୍ଥା ଦାୟିତ୍ଵ ନେଇଥିଲେ ମଧ୍ୟ ସେମାନେ ଏହାକୁ ବାରଣ କରିନଥିବାରୁ ଏହା ଚିନ୍ତାର ବିଷୟ। ମହାପ୍ରଭୁଙ୍କ ପରମ୍ପରାକୁ ବିକୃତ ଓ ଉଲ୍ଲଂଘନ କରିବା ଗ୍ରହଣୀୟ ନୁହେଁ । ସେହିପରି ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ମଧ୍ୟ ମତ ରଖିଛନ୍ତି ଗଜପତି। ଭାରତ ଭିତରେ ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ଇସ୍କନ ରଥଯାତ୍ରା କରୁଛି।
ଦୀଘାରୁ ହଟୁ ଧାମ : ଗଜପତି ମହାରାଜା

Facebook
Twitter
LinkedIn
Facebook
Twitter
LinkedIn
Recent News
ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯
ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା
ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ
ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା
ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...