The Ultimate Managed Hosting Platform
ADVERTISEMENT

ଦୀଘାରୁ ହଟୁ ଧାମ : ଗଜପତି ମହାରାଜା

Facebook
Twitter
LinkedIn

ପୁରୀ : ପରିଚାଳନା କମିଟି ବୈଠକ ପରେ ଗଜପତି ମହାରାଜାଙ୍କ ସୂଚନା । ଦୀଘା ଜଗନ୍ନାଥ ଧାମ ନାମକରଣ ପ୍ରସଙ୍ଗରେ ରଖିଲେ ମତ । କୈାଣସି ପରିସ୍ଥିତିରେ ଏହାକୁ ଜଗନ୍ନାଥ ଧାମ କୁହାଯାଇ ପାରିବ ନାହିଁ । ଅନେକ ଜଗନ୍ନାଥ ମନ୍ଦିର ରହିଛି , କୈାଣସି ଠାରେ ଏପରି ନାମକରଣ ହୋଇନି । ଆମ ମୁଖ୍ୟମନ୍ତ୍ରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ସାରିଛନ୍ତି । କେମିତି ଦୀଘାରୁ ଜଗନ୍ନାଥ ଧାମ ନାମ ହଟିବ ତାହା ରାଜ୍ୟ ସରକାର କରନ୍ତୁ । କାରଣ ଏହି ମନ୍ଦିର ପଶ୍ଚିମବଙ୍ଗ ସରକାର ନିର୍ମାଣ କରିଛନ୍ତି । ପଶ୍ଚିମବଙ୍ଗ ସରକାର ନିଜେ ଟ୍ରଷ୍ଟ ଗଠନ କରିଛନ୍ତି । କୈାଣସି ଘରୋଇ ସଂସ୍ଥା ଏହି କାର୍ଯ୍ୟ କରି ନାହାନ୍ତି । ସେମାନେ ଇସ୍କନକୁ ସେବା ପୂଜା ଦାୟିତ୍ୱ ଦେଇଛନ୍ତି । ଇସ୍କନ ସବୁ ଜାଣି କିପରି ପ୍ରତିବାଦ କରି ନାହାନ୍ତି ଆଶ୍ଚର୍ଯ୍ୟ ଲାଗୁଛି । ବିଶ୍ୱରେ ମହାପ୍ରଭୁଙ୍କ ପ୍ରଚାର ପ୍ରସାର ସ୍ୱାଗତ ଯୋଗ୍ୟ । ବିଶ୍ବରେ ଅନେକ ଜଗନ୍ନାଥ ମନ୍ଦିର ନିର୍ମାଣ ହୋଇଛି । କିନ୍ତୁ ଏଭଳି ନାମକରଣ କେହି କରିନାହାନ୍ତି। କେବଳ ଶ୍ରୀକ୍ଷେତ୍ର ପୁରୀ ହେଉଛି ଜଗନ୍ନାଥ ଧାମ ବୋଲି ପୂର୍ବରୁ ମୁଁ ଏବଂ ଜଗତଗୁରୁ ମତପ୍ରକାଶ କରିଛୁ । ପଶ୍ଚିମବଙ୍ଗ ସରକାରଙ୍କ ନିର୍ଦ୍ଦେଶରେ ହିଁ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ନାମକରଣ କରାଯାଇଛି । ଶ୍ରୀଜଗନ୍ନାଥ ଧାମ ଶବ୍ଦ ଯେଭଳି ଦୀଘା ମନ୍ଦିରରୁ ତୁରନ୍ତ ହଟିବ ସେନେଇ ରାଜ୍ୟ ସରକାର ମଧ୍ୟ ପଶ୍ଚିମବଙ୍ଗ ସରକାରଙ୍କୁ ଚିଠି ମାଧ୍ୟମରେ ଅବଗତ କରିଛନ୍ତି ।
ଏନେଇ ରାଜ୍ୟ ସରକାର ତୁରନ୍ତ ପଦକ୍ଷେପ ନେବା ଆବଶ୍ୟକତା ରହିଛି। ଇସ୍କନ ସଂସ୍ଥା ଦାୟିତ୍ଵ ନେଇଥିଲେ ମଧ୍ୟ ସେମାନେ ଏହାକୁ ବାରଣ କରିନଥିବାରୁ ଏହା ଚିନ୍ତାର ବିଷୟ। ମହାପ୍ରଭୁଙ୍କ ପରମ୍ପରାକୁ ବିକୃତ ଓ ଉଲ୍ଲଂଘନ କରିବା ଗ୍ରହଣୀୟ ନୁହେଁ । ସେହିପରି ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ମଧ୍ୟ ମତ ରଖିଛନ୍ତି ଗଜପତି। ଭାରତ ଭିତରେ ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ଇସ୍କନ ରଥଯାତ୍ରା କରୁଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login