ଭୁବନେଶ୍ୱର : ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ କରିବ ଦୀପାବଳି । ତେବେ ପ୍ରତିଥର ବାଣକୁ ନେଇ ଗାଇଡଲାଇନ୍ ଆସୁଥିବା ବେଳେ ଚଳିତବର୍ଷ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ବାଣ ଫୁଟାଇବାର ସମୟକୁ ନେଇ ଗାଇଡଲାଇନ୍ ଆସିଛି । ତେବେ ବାଣ ଫୁଟାଇବାର ସମୟ ସନ୍ଧ୍ୟା ୭ ଟାରୁ ୯ ଟା ପର୍ୟ୍ୟନ୍ତ ସୀମିତ ରଖିବାକୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି । ସେହିପରି ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବାକୁ ବର୍ଜନ କରାଯାଇଛି । ଲୋକେ ଯେଉଁ ବାଣ ଫୁଟାଇବେ ତା’ର ଶବ୍ଦ ୧୨୫ ଡେସିବଲରୁ ଅଧିକ ହୋଇପାରିବ ନାହିଁ । ଶାନ୍ତି କ୍ଷେତ୍ର ଯେମିତିକି ବଗିଚା,ପାର୍କ , ହସ୍ପିଟାଲ୍ , ଶିକ୍ଷାନୁଷ୍ଠାନ , କୋର୍ଟ, ମନ୍ଦିର ପାଖରେ ବାଣ ଫୁଟାଇବାକୁ ବର୍ଜିତ କରାଯାଇଛି । ଖୋଲା ଜାଗାରେ ଯଦି କେହି ବାଣ ଫୁଟାଇବାକୁ ଚାହିବେ ତାହା ସବୁଜ ବାଣ ହିଁ ହୋଇଥିବ । ଝୁମ୍ପୁଡ଼ି ଘର , ଦୋକାନ, ଅଗ୍ନି-ପ୍ରବଣ ସ୍ଥାନ, ରାସ୍ତା ଏବଂ ଅଧିକ ଯାତାୟାତ ସ୍ଥାନରେ ବାଣ ଫୁଟାଇବାକୁ ବର୍ଜନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଦୀପାବଳି ପାଇଁ କଟକଣା ; ସନ୍ଧ୍ୟା ୭ଟାରୁ ୯ଟାଯାଏଁ ଫୁଟାଇବେ ବାଣ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











