The Ultimate Managed Hosting Platform
ADVERTISEMENT

ଦୀପାବଳି ପାଇଁ କଟକଣା ; ସନ୍ଧ୍ୟା ୭ଟାରୁ ୯ଟାଯାଏଁ ଫୁଟାଇବେ ବାଣ

Facebook
Twitter
LinkedIn

ଭୁବନେଶ୍ୱର : ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ କରିବ ଦୀପାବଳି । ତେବେ ପ୍ରତିଥର ବାଣକୁ ନେଇ ଗାଇଡଲାଇନ୍ ଆସୁଥିବା ବେଳେ ଚଳିତବର୍ଷ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ବାଣ ଫୁଟାଇବାର ସମୟକୁ ନେଇ ଗାଇଡଲାଇନ୍ ଆସିଛି । ତେବେ ବାଣ ଫୁଟାଇବାର ସମୟ ସନ୍ଧ୍ୟା ୭ ଟାରୁ ୯ ଟା ପର୍ୟ୍ୟନ୍ତ ସୀମିତ ରଖିବାକୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି । ସେହିପରି ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବାକୁ ବର୍ଜନ କରାଯାଇଛି । ଲୋକେ ଯେଉଁ ବାଣ ଫୁଟାଇବେ ତା’ର ଶବ୍ଦ ୧୨୫ ଡେସିବଲରୁ ଅଧିକ ହୋଇପାରିବ ନାହିଁ । ଶାନ୍ତି କ୍ଷେତ୍ର ଯେମିତିକି ବଗିଚା,ପାର୍କ , ହସ୍ପିଟାଲ୍ , ଶିକ୍ଷାନୁଷ୍ଠାନ , କୋର୍ଟ, ମନ୍ଦିର ପାଖରେ ବାଣ ଫୁଟାଇବାକୁ ବର୍ଜିତ କରାଯାଇଛି । ଖୋଲା ଜାଗାରେ ଯଦି କେହି ବାଣ ଫୁଟାଇବାକୁ ଚାହିବେ ତାହା ସବୁଜ ବାଣ ହିଁ ହୋଇଥିବ । ଝୁମ୍ପୁଡ଼ି ଘର , ଦୋକାନ, ଅଗ୍ନି-ପ୍ରବଣ ସ୍ଥାନ, ରାସ୍ତା ଏବଂ ଅଧିକ ଯାତାୟାତ ସ୍ଥାନରେ ବାଣ ଫୁଟାଇବାକୁ ବର୍ଜନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବୁଧବାରଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଭିଜିଲାନ୍ସ ଜାଲରେ ୨୭୦ କର୍ମଚାରୀ, ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୨୭୦ ସରକାରୀ ଓ ଚୁକ୍ତି ଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଗତ ବର୍ଷ ଜୁନ ୧୨ରୁ ଚଳିତ ବର୍ଷ ଡିସେମ୍ବର...

ADVERTISEMENT

Login