ନୂଆଦିଲ୍ଲୀ : ଚଳିତ ନିର୍ବାଚନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ୍ବାଇନାଡ ଓ ରାଏବରେଲୀରୁ ପ୍ରାର୍ଥୀ ହୋଇଛନ୍ତି । ସେ ଏକମାତ୍ର ନେତା ଯିଏକି ଦୁଇଟି ଆସନରୁ ପ୍ରାର୍ଥୀ ହୋଇଛନ୍ତି । ପୂର୍ବରୁ ଜଣେ ପ୍ରାର୍ଥୀ ବହୁ ଆସନରେ ଲଢିବାର ବ୍ୟବସ୍ଥା ଥିଲା । ମାତ୍ର ୧୯୯୬ ରେ ଜନ ପ୍ରତିନିଧି ଆଇନର ଧାରା ୩୩କୁ ସଂଶୋଧନ କରାଯିବା ପରେ ଏହି ସଂଖ୍ୟା ଦୁଇକୁ ହ୍ରାସ ପାଇଥିଲା । ସେହି ଅନୁସାରେ ବିଭିନ୍ନ ସମୟରେ ନେତାମାନେ କେବଳ ଦୁଇଟି ଆସନରେ ପ୍ରାର୍ଥୀ ହୋଇପାରୁଛନ୍ତି । ପୂର୍ବ ଆଇନ ଅନୁସାରେ ୧୯୫୭ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପାୟୀ ଏକାଦିକ୍ରମେ ମଥୁରା, ଲକ୍ଷ୍ମୌ ଓ ବଳରାମପୁରରୁ ଠିଆ ହୋଇଥିଲା । ସେ କେବଳ ବଳରାମପୁରରୁ ନିର୍ବାଚିତ ହୋଇଥିଲେ । ୧୯୬୨ରେ ବି ସେ ବଳରାମପୁର ଓ ଲକ୍ଷ୍ମୌରୁ ଲଢି ଦୁଇଟିଯାକ ଆସନରୁ ହାରିଯାଇଥିଲେ । ୧୯୯୧ରେ ବାଜପାୟୀ ବିଦିଶା ଓ ଲକ୍ଷ୍ମୌରୁ ଲଢି ଦୁଇଟି ଯାକ ଆସନରୁ ବିଜୟୀ ହୋଇଥିଲେ ।
Views: 55