ଅନୁଗୁଳ : ଜାତୀୟ ରାଜପଥ ୫୫ କରଡ଼ାଗାଡ଼ିଆ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଫଳରେ ଦୁଇ ଟ୍ରକ ମଧ୍ୟରେ ଚାପି ହୋଇ ସ୍ୱାମୀ ଓ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ତେବେ ବର୍ତ୍ତମାନ ସୁଦ୍ଧା ଉଭୟଙ୍କ ପରିଚୟ ମିଳି ପାରି ନାହିଁ ।
ସୂଚନା ଅନୁସାରେ ଉଭୟ ସ୍ୱାମୀ ଓ ସ୍ତ୍ରୀ ଏକ ମୋଟର ସାଇକେଲରେ ବଡକେରା ପଟରୁ ଅନୁଗୋଳ ଆଡକୁ ଯାଉଥିଲେ । ତାଙ୍କ ଆଗରେ ଏକ ଟ୍ରକ ଥିବା ବେଳେ ପଛରୁ ଆସୁଥିବା ଆଉ ଏକ ଟ୍ରକ ଉଭୟ ସ୍ୱାମୀ-ସ୍ତ୍ରୀଙ୍କୁ ଧକ୍କା ଦେଇ ଆଗରେ ଯାଉଥିବା ଟ୍ରକ ପଛରେ ବାଡେଇ ହୋଇଥିଲା । ଫଳରେ ଦୁଇ ଟ୍ରକ ମଝିରେ ଚାପି ହୋଇ ଘଟଣା ସ୍ଥଳରେ ଉଭୟଙ୍କ ମୃତ୍ୟୁ ହୋଇଥିଲା । ଏହି ଦୁର୍ଘଟଣାକୁ ନେଇ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି। ଖବର ପାଇ ଅନୁଗୋଳ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି ।
Views: 72