ପୁରୀ ; ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଦିବ୍ୟ ସ୍ନାନ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ଭିଡ । ଭକ୍ତଙ୍କ ଗହଳି ନେଇ ଶ୍ରୀକ୍ଷେତ୍ରରେ କଡା ସୁରକ୍ଷା । ଶ୍ରୀ କ୍ଷେତ୍ର ସୁରକ୍ଷା ନିୟୋଜିତ ୭୦ ପ୍ଲାଟୁନ ଫୋର୍ସ । ରତ୍ନବେଦୀରୁ ଓହ୍ଲାଇ ଆସି ସ୍ନାନବେଦୀରେ ବିଜେ କରିଛନ୍ତି କୋଟି ଓଡ଼ିଆଙ୍କ ମଉଡ଼ମଣି ଶ୍ରୀଜିଉ । ଦଇତାପତି ସେବାୟତମାନେ ଠାକୁରଙ୍କୁ ଧାଡ଼ି ପହଣ୍ଡିରେ ସ୍ନାନ ମଣ୍ଡପରେ ବିଜେ କରାଇଛନ୍ତି । ୧୦୮ ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି । ସ୍ନାନ ପରେ ହାତୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
Views: 55