The Ultimate Managed Hosting Platform
ADVERTISEMENT

ଦେଶରେ ବଢୁଛି ସଂକ୍ରମଣ , ୨୪ ଘଣ୍ଟାରେ ୧୦ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

Facebook
Twitter
LinkedIn

ନୂଆଦିଲ୍ଲୀ : ଦେଶରେ ବଢୁଛି କରୋନା ସଂକ୍ରମଣ । ଦୀର୍ଘ ଦିନ ପରେ ଦେଶରେ ୧୦ ହଜାରରୁ ଅଧିକ କରୋନା ସଂକ୍ରମଣ ମାମଲା ସାମ୍ନାକୁ ଆସିଛି । ଗତ ୨୪ ଘଣ୍ଟାରେ ଦେଶରେ ୧୦,୧୫୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ଗୋଟିଏ ସପ୍ତାହ ହେବ ଦେଶରେ କରୋନା ସଂକ୍ରମଣ ବଢିଚାଲିଛି । ଆଗାମୀ କିଛି ଦିନ ମଧ୍ୟରେ ଏହି ସଂକ୍ରମଣ ପିକ୍ ଛୁଇଁ ପୁଣି ଖସିବ । ଏବେ ଦେଶରେ ୪୪,୯୯୮ ଜଣ କରୋନା ସଂକ୍ରମିତଙ୍କର ଚିକିତ୍ସା ଚାଲିଛି । ଦୀର୍ଘ ୨୩୦ ଦିନ ପରେ ଗୋଟିଏ ଦିନରେ ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୯ ଜଣ ମୃତ୍ୟୁବରଣ କରିଛନ୍ତି । ତେଣୁ ଲୋକଙ୍କୁ ସତର୍କତା ଅବଲମ୍ବନ କରିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଉଛି । ଜନଗହଳି ପୂର୍ଣ୍ଣ ସ୍ଥାନକୁ ନଯିବା ସହ ଆବଶ୍ୟକ ସ୍ଥଳେ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହ ସୁଖଦୁଃଖ ହୋଇଛନ୍ତି...

Login