ନୂଆଦିଲ୍ଲୀ : ଦେଶରେ ହୁ ହୁ ହୋଇ ବଢୁଛି ସଂକ୍ରମଣ । ୨୪ ଘଣ୍ଟାରେ ୨୭୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪ ହଜାର ୩୦୨ ରହିଛି କରୋନା ଆକ୍ସିଭ କେସ । ୭ ଜଣ କୋଭିଡ୍ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ସୁସ୍ଥ ହୋଇ ଫେରିଛନ୍ତି ୩ହଜାର ୨୮୧ । କେରଳରେ ସର୍ବାଧିକ ୧୧୭୫ କରୋନା ସଂକ୍ରମିତ ଅଛନ୍ତି । ସେହିପରି ମହାରାଷ୍ଟ୍ରରେ ୫୧୦ଜଣ ସଂକ୍ରମିତ ଥିବା ଜଣାଯାଇଛି । ପଶ୍ଚିମବଙ୍ଗ, ଦିଲ୍ଲୀ , କେରଳ ଓ ଗୁଜରାଟରେ ମଧ୍ୟ ସଂକ୍ରମଣ ବୃଦ୍ଧି ଚିନ୍ତାର କାରଣ ପାଲଟିଛି । ଓଡ଼ିଶାରେ ୧୮ରେ ପହଞ୍ଚିଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା। କୋଭିଡ ସଂକ୍ରମଣ ବଢୁଥିବା ବେଳେ ମୁକାବିଲା ପାଇଁ କେନ୍ଦ୍ର ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛନ୍ତି । ଡାକ୍ତରଖାନାରେ ଯଥେଷ୍ଟ ପରିମାଣର ଆଇସିୟୁ ବେଡ ଓ ଅକ୍ସିଜେନ ସିଲିଣ୍ଡର ମହଜୁଦ ରହିଛି । ଜନଗହଳି ସ୍ଥାନରେ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି ।
Views: 35