The Ultimate Managed Hosting Platform
ADVERTISEMENT

ଦେଶରେ ୭ ହଜାର ଟପିଲା ସଂକ୍ରମଣଙ୍କ ସଂଖ୍ୟା

Facebook
Twitter
LinkedIn

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ବୃଦ୍ଧି ପାଉଛି କୋଭିଡ୍ ସଂକ୍ରମଣ । ଆକ୍ଟିଭ କେସ୍ ୭୧୨୧ରେ ପହଞ୍ଚିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ମୁତାବକ, ଆଜି ସୁଦ୍ଧା ୭୧୨୧ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଛି । ଗତ ୨୪ ଘଣ୍ଟାରେ ୩୦୬ଟି ନୂଆ ମାମଲା ଚିହ୍ନଟ ହୋଇଛି । ଆଜି ୬ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସବୁଠାରୁ ଅଧିକ ସଂକ୍ରମିତ କେରଳରେ ଚିହ୍ନଟ ହୋଇଛନ୍ତି । କେରଳରେ ୨୨୨୩ କୋଭିଡ ପଜିଟିଭ ଆକ୍ରାନ୍ତ ରହିଛନ୍ତି । ଅରୁଣାଚଳ ପ୍ରଦେଶ, ମିଜୋରାମରେ ଏ ପର୍ୟ୍ୟନ୍ତ କୌଣସି ମାମଲା ଚିହ୍ନଟ ହୋଇନାହିଁ । କରୋନାକୁ ନେଇ ଲୋକମାନେ ସତର୍କତା ଅବଲମ୍ବନ କରନ୍ତୁ ବୋଲି କେନ୍ଦ୍ର ସରକାର ପରାମର୍ଶ ଦେଇଛି । ଯଦି କୌଣସି ଲକ୍ଷଣ ଦେଖାଯାଏ, ତେବେ ତୁରନ୍ତ ନିରୀକ୍ଷା କରିବାକୁ କୁହାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login